ଆଜି ଠାରୁ ଷୋଡ଼ଶ ବିଧାନସଭାର ସ୍ବଳ୍ପକାଳୀନ ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହା ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ମୋଟ ୮ଟି କାର୍ଯ୍ୟଦିବସ ରହିଛି। ଅଧିବେଶନ ପୂର୍ବାହ୍ନ ୧୧ଟାରେ ଆରମ୍ଭ ହେବ। ପରଲୋକଗତ ସଦସ୍ୟମାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ଗୃହରେ ଶୋକ ପ୍ରସ୍ତାବ ଆଗତ ହେବ। ଏହା ପରେ ୨୦୨୩-୨୪ ଆର୍ଥିକବର୍ଷ ପାଇଁ ପ୍ରଥମ ଅତିରିକ୍ତ ବଜେଟ ଆଗତ ହେବ। ସେପ୍ଟେମ୍ବର ୨୩ ଓ ୨୪ ତାରିଖ ବିଧାନସଭା ଛୁଟି ରହିବ। ୨୫ରୁ ୨୭ ତାରିଖ ଯାଏ ସରକାରୀ କାର୍ଯ୍ୟଦିବସ ଥିବାବେଳେ ୨୮ ଓ ୩୦ ତାରିଖରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଆଗତ ହେବାକୁ ଥିବା ଅତିରିକ୍ତ ବଜେଟର ଖର୍ଚ୍ଚ ଦାବି ଆଲୋଚନା ହେବ। ଅକ୍ଟୋବର ୧ ଓ ୨ ତାରିଖ ରବିବାର ଓ ଗାନ୍ଧୀ ଜୟନ୍ତୀ ପାଇଁ ବିଧାନସଭା ଛୁଟି ରହିବ। ଅକ୍ଟୋବର ୩ ତାରିଖରେ ପ୍ରଥମ ଅତିରିକ୍ତ ବ୍ୟୟମଞ୍ଜୁରୀ ବିଲ୍ ବିଧାନସଭାରେ ଗୃହୀତ ହେବ। ଅକ୍ଟୋବର ୪ ତାରିଖରେ ବେସରକାରୀ କାର୍ଯ୍ୟଦିବସ ରହିଛି।
Trending
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
Prev Post
Next Post