ଆନ୍ଧ୍ରପ୍ରଦେଶରେ ମହିଳାଙ୍କ ପାଇଁ ମାଗଣା ବସ୍ ସେବା ଆରମ୍ଭ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଅଗଷ୍ଟ ୧୫ରୁ ମହିଳାଙ୍କ ପାଇଁ ରାଜ୍ୟ ଟ୍ରାନ୍ସପୋର୍ଟର ବସ୍ଗୁଡ଼ିକରେ ମାଗଣା ଯାତ୍ରା ଲାଗି ଘୋଷଣା କରିଛନ୍ତି।ରିପୋର୍ଟ ମୁତାବକ, ଏହି ଯୋଜନା ଆନ୍ଧ୍ରପ୍ରଦେଶ ରାଜ୍ୟ ସଡ଼କ ପରିବହନ ନିଗମ(ଏପିଏସ୍ଆର୍ଟିସି) ଦ୍ୱାରା ସଂଚାଳିତ ପଲ୍ଲେ ବେଲୁଗୁ ଏବଂ ଏକ୍ସପ୍ରେସ୍ ବସ୍ରେ ଲାଗୁ ହେବ। ରାଜ୍ୟ ମଧ୍ୟରେ ସମସ୍ତ ଯାତ୍ରା ଲାଗି ଏହି ନିୟମ ରହିବ। ମହିଳାମାନେ ରାଜ୍ୟ ସୀମା ମଧ୍ୟରେ ଏହି ବସ୍ ଯୋଗେ ଯାତ୍ରା କରିପାରିବେ।ଏପିଏସ୍ଆର୍ଟିସି ଅଧିକାରୀମାନେ କର୍ନାଟକ ଏବଂ ତେଲେଙ୍ଗାନାଠାରୁ ଏହି ଯୋଜନାର କାର୍ଯ୍ୟକାରିଣୀ ସମ୍ପର୍କରେ ରିପୋର୍ଟ ମାଗିଛନ୍ତି। ତେବେ ଏହି ଯୋଜନା କାର୍ଯ୍ୟକାରୀ ହେଲେ ବର୍ଷକୁ ପ୍ରାୟ ୧୫୦୦ କୋଟି ଟଙ୍କା ଖର୍ଚ୍ଚ ହୋଇପାରେ ବୋଲି ଅନୁମାନ କରାଯାଉଛି।ପ୍ରକାଶ ଯେ, ନାଇଡୁ ସରକାର ମହିଳାଙ୍କ ପାଇଁ ମାଗଣା ବସ୍ ସେବା ନେଇ ଘୋଷଣା କରିଥିଲେ।
Trending
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
Prev Post
Next Post