ମେ ୧୩କୁ ଦେଶରେ ୪ର୍ଥ ପର୍ଯ୍ୟାୟ ଏବଂ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ । ୯ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଂଚଳରେ ୯୬ ଟି ଆସନ ପାଇଁ ମତଦାନ ହେବ । ପ୍ରଥମ ପର୍ଯ୍ୟାୟରେ ମୋଟ୍ ୬୨ ଲକ୍ଷ ୮୭ ହଜାର ଭୋଟର ମତଦାନ କରିବେ । ସେମାନଙ୍କ ମଧ୍ୟରୁ ୩୦ ଲକ୍ଷ ୯୭ ହଜାର ପୁରୁଷ, ୩୧ ଲକ୍ଷ ୮୯ ହଜାର ମହିଳା ଭୋଟର ଅଛନ୍ତି । ମୋଟ୍ ୭ ହଜାର ୩୦୩ କେନ୍ଦ୍ରରେ ମତଦାନ ହେବ । ଏଥିପାଇଁ ନିର୍ବାଚନ ହେବାକୁ ଥିବା ସବୁ ପୋଲିଂ ବୁଥକୁ ଇଭିଏମ ପଠାଯାଇଛି । ପୋଲିଂ ଅଧିକାରୀମାନେ ଇଭିଏମ ସହ ଭିଭିପାଟ ମେସିନ ସାଙ୍ଗରେ ଧରି ନିଜ ନିଜ ପୋଲିଂ ବୁଥକୁ ଯାଇଛନ୍ତି । ସମ୍ବେଦନଶୀଳ ବୁଥ୍ ସହ ମାଓ ପ୍ରବଣ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ତେବେ ହେଲିକପ୍ଟର ଯୋଗେ ପୋଲିଂ ଟିମ୍ ସୁନାବେଡ଼ାକୁ ଯିବା ନେଇ ଜଣାପଡ଼ିଛି । ଏଥିପାଇଁ ସବୁ ପ୍ରସ୍ତୁତି ଶେଷ ହୋଇଛି ।ମେ ୧୩ ତାରିଖରେ ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ, ଉତ୍ତର ପ୍ରଦେଶ, ପଶ୍ଚିମବଙ୍ଗ, ତେଲେଙ୍ଗାନା, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ଝାଡଖଣ୍ଡ, ଜାମ୍ମୁ କାଶ୍ମୀରରେ ମତଦାନ ହେବ । ଆନ୍ଧ୍ରପ୍ରଦେଶରେ ସର୍ବାଧିକ ୨୫ଟି ଆସନରେ ଭୋଟିଂ ହେବାକୁ ଥିବା ବେଳେ ତେଲେଙ୍ଗାନରେ ୧୭, ଉତରପ୍ରଦେଶରେ ୧୩, ମହାରାଷ୍ଟ୍ରରେ ୧୧, ପଶ୍ଚିମବଙ୍ଗରେ ୯, ମଧ୍ୟପ୍ରଦେଶରେ ୮, ବିହାରରେ ୫, ଝାଡଖଣ୍ଡ ଏବଂ ଓଡ଼ିଶାରେ ୪ ଟି ଲେଖାଏଁ ଆସନ ଏବଂ ଜାମ୍ମୁ କାଶ୍ମୀରର ଗୋଟିଏ ଆସନ ପାଇଁ ମତଦାନ ହେବ । କାଲି ମିଦାନ ବେଳେ ପାଗ ଅନୁକୂଳ ରହିବ । ଉତ୍ତର ଉପକୂଳର କିଛି ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post
Next Post