ଆସିବେ ଖଡ଼ଗେ, ରାହୁଲ, ପ୍ରିୟଙ୍କା
ଜାନୁଆରି ମାସରେ ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ, କଂଗ୍ରେସ ନେତା ରାହୁଲ ଗାନ୍ଧି ଓ ପ୍ରିୟଙ୍କା ଗାନ୍ଧି ସୁନ୍ଦରଗଡ଼ ଆସିବେ। ଆଜି ସୁନ୍ଦରଗଡ଼ ଗସ୍ତରେ ଆସିଥିବା ପିସିସି ସଭାପତି ଶରତ ପଟ୍ଟନାୟକ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ନିକଟରେ ନୂଆଦିଲ୍ଲୀରେ ଓଡ଼ିଶା କଂଗ୍ରେସ ସହ ଏଆଇସିସିର ବୈଠକ ହୋଇଥିଲା। ଆଲୋଚନା ସମୟରେ ରାହୁଲ ଗାନ୍ଧି, ପ୍ରିୟଙ୍କା ଗାନ୍ଧି, ସୋନିଆ ଗାନ୍ଧି ଓ ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ଜାନୁଆରିରେ ଓଡ଼ିଶା ଗସ୍ତରେ ଆସିବାକୁ ପିସିସି କର୍ମକର୍ତ୍ତା ଓ ବିଧାୟକମାନେ ଅନୁରୋଧ କରିଥିଲେ।