ଆସନ୍ତା ୧୨ ତାରିଖରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଓଡିଶା ଆସିବାର କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତ ଅବସରରେ ଦଳୀୟ ନେତାଙ୍କ ସହ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବାର ସୂଚନା ମଧ୍ୟ ମିଳିଛି ।ସୂଚନା ଅନୁଯାୟୀ, ଦେଶରେ ସାଧାରଣ ନିର୍ବାଚନ ହେବାକୁଥିବାବେଳେ ଓଡିଶାରେ ମେଣ୍ଟ ରାଜନୀତି ଜୋର ଧରିଛି। ଗତକାଲି ଭାଜପା ବରିଷ୍ଠ ନେତା ଦିଲ୍ଲୀ ଯାଇଥିବାବେଳେ ଦିଲ୍ଲୀରୁ ବଡ ନେତା ଓଡିଶା ଆସିବାର କାର୍ଯ୍ୟକ୍ରମ ରହିଛି । ଅନ୍ୟପଟେ ଓଡିଶାରେ ବିଜେଡିର ଗତକାଲି ନବୀନ ନିବାସରେ ହାଇଲେଭଲ ବୈଠକ ହୋଇଥିଲା। ବିଜେଡିର ବରିଷ୍ଠ ନେତା ଏନେଇ ସଙ୍କେତ ଦେଇଥିଲେ ହେଁ ଏବେ ଯାଏଁ କୌଣସି ଦଳ ପକ୍ଷରୁ ମେଣ୍ଟ ନେଇ ସ୍ପଷ୍ଟ ସୂଚନା ଦିଆଯାଇନାହିଁ । ହୁଏତ ଅମିତ ଶାହାଙ୍କ ଗସ୍ତ ଅବସରରେ ମେଣ୍ଟ ନେଇ କିଛି ଘୋଷଣା ହୋଇପାରେ ବୋଲି ଚର୍ଚ୍ଚା ହେଉଛି ।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Prev Post
Next Post