ଗତ ୭ ତାରିଖରେ ମିଜୋରାମର ୪୦ଟି ଆସନ ଓ ଛତିଶଗଡ଼ର ୨୦ଟି ଆସନ ପାଇଁ ମତଦାନ ସମାପ୍ତ ହୋଇଛି । ମଧ୍ୟପ୍ରଦେଶ, ରାଜସ୍ଥାନ ଓ ଛତିଶଗଡ଼ରେ ଏଥର କଂଗ୍ରେସକୁ ହଟାଇ ସରକାର ଗଠନ ନିମନ୍ତେ ବିଜେପି ଜୋରଦାର ପ୍ରୟାସ କରୁଛି ।ତେବେ ଏହା ମଧ୍ୟରେ ରାଜସ୍ଥାନ କଂଗ୍ରେସକୁ ଲାଗିଛି ଏକ ବଡ଼ ଝଟକା । ଦଳର କିଛି ବରିଷ୍ଠ ନେତା ହାତ ଛାଡ଼ି ପଦ୍ମ ଧରିଛନ୍ତି । ପୂର୍ବତନ ମନ୍ତ୍ରୀ ରାମ ଗୋପାଳ ଓ ମୁଖପାତ୍ର ପଙ୍କଜ ମେହତା ବିଜେପିରେ ସାମିଲ ହୋଇଛନ୍ତି । ରାଜ୍ୟ ବିଜେପି ସଭାପତି ସି.ପି ଯୋଶୀଙ୍କ ଉପସ୍ଥିତିରେ ଆହୁରି ଅନେକ ନେତା ଦଳରେ ମିଶିଥିବା ଜଣାପଡ଼ିଛି । ନିକଟରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲତଙ୍କ ବିଶ୍ୱସ୍ତ ଭାବେ ଜଣାଶୁଣା ରାମେଶ୍ୱର ଦାଧୀଚ ମଧ୍ୟ ବିଜେପିରେ ସାମିଲ ହୋଇଥିଲେ ।ଜଣାପଡ଼ିଛି ଯେ, ରାମ ଗୋପାଳ ଓ ପଙ୍କଜ ଉଭୟେ କୋଟାରୁ ବିଧାନସଭା ନିର୍ବାଚନ ଲଢ଼ିବାକୁ ଚାହୁଁଥିଲେ । ପଙ୍କଜ ଲାଡପୁରା ଓ କୋଟା ଦକ୍ଷିଣରୁ ଟିକେଟ ଚାହୁଁଥିଲେ ।
Trending
- ‘ୱି ଦି ଲିଡର’ ଆନ୍ଦୋଳନର ଶୁଭାରମ୍ଭ କରିଛନ୍ତି କେ. ଆନ୍ନାମଲାଇ,ମାତ୍ର କେଇ ଘଣ୍ଟା ମଧ୍ୟରେ ୧୫ ଲକ୍ଷରୁ ଅଧିକ ଲୋକ ଏଥିରେ ସାମିଲ ହୋଇ ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି
- ମୃତ ସୌମ୍ୟଙ୍କ ମୌଜପୁର ଘରେ ଖୋଳତାଡ଼ କରୁଛନ୍ତି କ୍ରାଇମବ୍ରାଞ୍ଚ ଟିମ୍,ହାତଲେଖା ଡାଇରୀ ଜବତ କରିବା ପାଇଁ ଏହି ଟିମ୍ ତାଙ୍କ ଘରେ ପହଞ୍ଚିଛି
- ୬ ଦିନିଆ ଦିଲ୍ଲୀ ଗସ୍ତ ସାରି ଓଡ଼ିଶା ଫେରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
- ପାଟନା ସିଭିଲ କୋର୍ଟରେ ଗୁଳିକାଣ୍ଡ ମାମଲାରେ ଚର୍ଚ୍ଚିତ ଶିକ୍ଷକ ଖାନ୍ ସାର୍
- ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ ଯାଉଥିବା ବେଳେ ୧୯,୯୨୪ ଜଣଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ
- ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
Prev Post
Next Post