ନିର୍ବାଚନ ଆଉ ମାତ୍ର ୮ମାସ ରହିଥିବାବେଳେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ବିଜେପି କ୍ରମାଗତ ତୃତୀୟ ଥର ପାଇଁ ନରେନ୍ଦ୍ର ମୋଦୀଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିବାକୁ ଯୋଜନା କରିଥିବାବେଳେ ବିରୋଧୀ ‘ଇଣ୍ଡିଆ’ ମେଣ୍ଟ କାହାକୁ ପ୍ରଧାନମନ୍ତ୍ରୀ ଭାବେ ଉପସ୍ଥାପନ କରିବ ତାହା ସ୍ଥିର କରିପାରି ନାହିଁ। ଏପରିସ୍ଥଳରେ କଂଗ୍ରେସର ବରିଷ୍ଠ ନେତା ଶଶୀ ତରୁର କରିଥିବା ପୂର୍ବାନୁମାନ ଆଲୋଚନାର ବିଷୟ ହୋଇଛି। ତରୁର୍ କହିଛନ୍ତି ଯେ ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ କଂଗ୍ରେସ ଦଳରୁ କେହି ନେତା ହେବେ। ୨୦୨୪ ଲୋକସଭା ନିର୍ବାଚନରେ କଂଗ୍ରେସ ଯଦି କ୍ଷମତା ଦଖଲ କରେ ତେବେ ରାହୁଲ ଗାନ୍ଧୀ କିମ୍ବା ଅନ୍ୟ କେହି ଏହି ପଦ ମଣ୍ଡନ କରିବାର ସମ୍ଭାବନା ରହିଛି। ତରୁର୍ କହିଛନ୍ତି ବିଭିନ୍ନ ଦୃଷ୍ଟିକୋଣରୁ କଂଗ୍ରେସ ଏକ ପରିବାର ପରିଚାଳିତ ଦଳ ହୋଇଥିବାରୁ ରାହୁଲ କିମ୍ବା ଦଳର ଅନ୍ୟ କେହି ପ୍ରଧାନମନ୍ତ୍ରୀ ହୋଇପାରନ୍ତି। ଏପରିକି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ ମଧ୍ୟ ପ୍ରଧାନମନ୍ତ୍ରୀ ହେବାର ସମ୍ଭାବନା ରହିଛି। ଖଡଗେ ଯଦି ପ୍ରଧାନମନ୍ତ୍ରୀ ହୁଅନ୍ତି ତେବେ ସେ ଦେଶର ପ୍ରଥମ ଦଳିତ ପ୍ରଧାନମନ୍ତ୍ରୀ ହେବେ। ପରିବାର ରାଜନୀତିରୁ ଦୂରେଇ ରହିବାକୁ ରାହୁଲ କହୁଥିବାବେଳେ ତରୁର୍ ଏପରି କହିଛନ୍ତି। ମିଜୋରାମ ଗସ୍ତ କାଳରେ ରାହୁଲ ବିଜେପି ନେତାଙ୍କ ପରିବାର ରାଜନୀତି କଥା କହିଥିଲେ। ଅମିତ ଶାହାଙ୍କ ପୁଅ ଓ ରାଜନାଥ ସିଂହଙ୍କ ପୁଅ କଣ କରୁଛନ୍ତି ବୋଲି ରାହୁଲ ପ୍ରଶ୍ନ କରିଥିଲେ।
Trending
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
- ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ସ୍କୁଲ ଆସିବା-ଯିବା କିମ୍ବା ପରିସରରେ ଛାତ୍ରଛାତ୍ରୀଙ୍କ ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ସହାୟତା ଘୋଷଣା କଲେ ରାଜ୍ୟ ସରକାର
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ
- ଆସନ୍ତାକାଲି ମିଳିବ ସିଏମ୍-କିଷାନ ଯୋଜନାର ପଞ୍ଚମ କିସ୍ତି,ରାଜ୍ୟର ୪୧ ଲ୪ରୁ ଉର୍ଦ୍ଧ କୃଷକ ପରିବାର ଉପକୃତ ହେବେ
- ଭିତରକନିକାରେ ତିନି ଦିନ ଧରି ପକ୍ଷୀ ଗଣନା ଚାଲିବ,ସକାଳ ୬ରୁ ଦିନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା
Prev Post
Next Post