ଟିଏମ୍ସି ସୁପ୍ରିମୋ ମମତା ବାନାର୍ଜୀ ପଶ୍ଚିମବଂଗରେ କଂଗ୍ରେସ ସହ କୌଣସି ସ୍ଥିତିରେ ବି ମେଣ୍ଟ କରାଯିବ ନାହିଁ ବୋଲି ଆଜି ଘୋଷଣା କରିଥିବା ବେଳେ ଆପ୍ ସୁପ୍ରିମୋ ଅରବିନ୍ଦ କେଜ୍ରିୱାଲ ମଧ୍ୟ ପଂଜାବରେ କଂଗ୍ରେସ ସହ ଦଳ ମେଣ୍ଟ କରିବ ନାହିଁ ବୋଲି ସ୍ପଷ୍ଟ କରିଦେଇଛନ୍ତି। ମେଣ୍ଟର ଦୁଇ ପ୍ରମୁଖ ନେତାଙ୍କ ଏଭଳି ଆଭିମୁଖ୍ୟ କଂଗ୍ରେସ ପାଇଁ ବଡ଼ ଝଟ୍କା ହୋଇଥିବା ବେଳେ ଏହା ଇଣ୍ଡିଆ ମେଣ୍ଟର ରଣନୀତିକୁ ଦୁର୍ବଳ କରିଦେବ ବୋଲି କୁହାଯାଉଛି। ମମତା କହିଛନ୍ତି, ଦଳ ପଶ୍ଚମବଂଗରେ ଆଗାମୀ ଲୋକସଭା ନିର୍ବାଚନ ଏକାକୀ ଲଢ଼ିବ। କଂଗ୍ରେସ ସହ ଆସନ ବୁଝାମଣା ବିଫଳ ହୋଇଛି ଏବଂ ରାଜ୍ୟରେ ମେଣ୍ଟ ହେବନାହିଁ ବୋଲି ମମତାଙ୍କ ଘୋଷଣା ପରେ କଂଗ୍ରେସ ନିଜ ଆଭିମୁଖ୍ୟ ନରମ କରି ମମତାଙ୍କୁ ମନାଇବାକୁ ପ୍ରୟାସ ଜାରି ରଖିଛି।
Trending
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
- ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି
- ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଏମ୍ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
- ବନ୍ଧା ହେଲେ ଡିଏଫ୍ଓ ବାବୁ
- ଆଜି ଠୁ ପ୍ଲାଷ୍ଟିକରେ ପେଟ୍ରାଲ ବିକ୍ରୟ ନିଷେଧ
- ଧନକର ଇସ୍ତଫା ନା ଚାପର ବଶବର୍ତ୍ତୀ ହୋଇ ପଦତ୍ୟାଗ କଲେ
- ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖର
Next Post