ଆସନ୍ତା ୧୭ ତାରିଖରେ ମଧ୍ୟପ୍ରଦେଶର ୨୩୦ଟି ବିଧାନସଭା ଆସନ ପାଇଁ ମତଦାନ ଗ୍ରହଣ କରାଯିବ । ଏନେଇ ଦୁଇ ପ୍ରମୁଖ ଦଳ ବିଜେପି ଓ କଂଗ୍ରେସ ଜୋରଦାର ଭାବେ ପ୍ରଚାର ଅଭିଯାନ ଜାରି ରଖିଛନ୍ତି । ତେବେ ଏହା ମଧ୍ୟରେ ଏକ ବିବାଦୀୟ ଦୃଶ୍ୟ ସାମ୍ନାକୁ ଆସିଛି । ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନର ଜଣେ କଂଗ୍ରେସ ପ୍ରାର୍ଥୀ ପାଲେଷ୍ଟାଇନ ଓ ହମାସ ନାମରେ ଭୋଟ ପାଇଁ ଅପିଲ କରୁଛନ୍ତି । ଏନେଇ ଏକ ଭିଡିଓ ସୋସିଆଲ ମିଡ଼ିଆରେ ଭାଇରାଲ ହୋଇଛି ।ସୂଚନା ମୁତାବକ, ଖର୍ଗୋନ ନିର୍ବାଚନ ମଣ୍ଡଳୀରୁ ଆସିଛି ଏହି ଖବର । ଜଣେ କଂଗ୍ରେସ ପ୍ରାର୍ଥୀ ଏକ ସଭାରେ ରୁଣ୍ଡ ହୋଇଥିବା କିଛି ଲୋକଙ୍କୁ ସମ୍ବୋଧିତ କରିବା ଅବସରରେ ସେ ପାଲେଷ୍ଟାଇନର ଆତଙ୍କବାଦୀ ସଂଗଠନ ହମାସ ଓ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ନାମରେ ଭୋଟ ଭିକ୍ଷା କରୁଥିବା ଜଣାପଡ଼ିଛି । ଖର୍ଗୋନ ଏକ ମୁସଲିମ ବହୁଳ ଅଞ୍ଚଳ ହୋଇଥିବା ବେଳେ ରାଜ୍ୟରେ କଂଗ୍ରେସ-ବିଜେପି ମଧ୍ୟରେ କଡ଼ା ମୁକାବିଲା ହେବ ।
Trending
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
Prev Post
Next Post