ଜମ୍ମୁ-କଶ୍ମୀରରେ ଠିକ୍ ସମୟରେ ନିର୍ବାଚନ କରାଯିବ ବୋଲି ସୋମବାର ନିର୍ବାଚନ କମିଶନ (ଇସି) କହିଛନ୍ତି। ୫ ରାଜ୍ୟ ବିଧାନସଭା ନିର୍ବାଚନ ଲାଗି ମୁଖ୍ୟ ନିର୍ବାଚନ କମିଶନର (ସିଇସି) ରାଜୀବ କୁମାର ଖବରଦାତା ସମ୍ମିଳନୀରେ ତାରିଖ ଘୋଷଣା କରିବା ଅବସରରେ ଏହା ସ୍ପଷ୍ଟ କରିଛନ୍ତି। କମିଶନ ଯେତେବେଳେ ଅନୁଭବ କରିବେ କଶ୍ମୀରରେ ନିର୍ବାଚନ ପାଇଁ ସମୟ ଉପଯୁକ୍ତ, ସେତେବେଳେ ପଦକ୍ଷେପ ଗ୍ରହଣ କରାଯିବ। ନିର୍ବାଚନ ପୂର୍ବରୁ ବିଭିନ୍ନ ରାଜନୈତିକ ଦଳ ଭୋଟରମାନଙ୍କୁ ଆକୃଷ୍ଟ କରିବା ଲାଗି ମାଗଣା ସୁବିଧା ଓ ସହାୟତା ଘୋଷଣା କରୁଥିବାରୁ ମୁଖ୍ୟ ନିର୍ବାଚନ କମିଶନର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏହି ମାଗଣା ସୁବିଧା କେଉଁଠୁ ଆସୁଛି, ତାହା ଜନସାଧାରଣ ଜାଣିବା ଆବଶ୍ୟକ ବୋଲି ସିଇସି କହିଛନ୍ତି।
ଅନ୍ୟପକ୍ଷରେ ଜମ୍ମୁ-କଶ୍ମୀରରେ ବିଧାନସଭା ନିର୍ବାଚନ ପାଇଁ ଇସି ତାରିଖ ଘୋଷଣା ନ କଲେ ଜନସାଧାରଣ ସେମାନଙ୍କର ଗଣତାନ୍ତ୍ରିକ ଅଧିକାର ପାଇଁ ରାସ୍ତାକୁ ଓହ୍ଲାଇବେ ବୋଲି ନ୍ୟାଶନାଲ କନ୍ଫରେନ୍ସ ଉପାଧ୍ୟକ୍ଷ ଓମାର ଅବଦୁଲ୍ଲା କହିଛନ୍ତି।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post