ହରିୟାଣା ବିଧାନସଭା ଆସନ ପାଇଁ ହେବାକୁ ଥିବା ଭୋଟ ଗ୍ରହଣର ଅପେକ୍ଷାର ଅନ୍ତ ହୋଇଛି। ଶନିବାର ସକାଳୁ ସମସ୍ତ ୯୦ ଟି ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇ ଯାଇଛି। ଏହି ନିର୍ବାଚନରେ ୨ କୋଟିରୁ ଅଧିକ ଭୋଟର ସେମାନଙ୍କ ମତ ସାବ୍ୟସ୍ତ କରିବେ।ଭାଜପା ନେତା କୁଲଦୀପ ବିଷ୍ଣୁ ତାଙ୍କ ପରିବାର ସହିତ ହିସାରର ଆଡାମପୁର ବିଧାନସଭା ଆସନରେ ମତଦାନ ବୁଥରେ ପହଞ୍ଚି ଭୋଟ ଦେଇଥିଲେ। ଏହି ସମୟ ମଧ୍ୟରେ ରାଜ୍ୟରେ ଭାଜପା ଏକ ବଡ଼ ବିଜୟ ହାସଲ କରିବ ବୋଲି ସେଦାବି କରିଛନ୍ତି।ଗୁଜୁରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ହରିୟାଣାର କୁରୁକ୍ଷେତ୍ରରେ ମତଦାନ କହିଛନ୍ତି, ଆଜି ମୋ ପରିବାର, ମୋ ସ୍ତ୍ରୀ, ପୁଅ, ବୋହୂ, ଆମେ ସମସ୍ତେ ଭୋଟ ଦେଇଛୁ। ମୁଁ ହରିୟାଣା ରାଜ୍ୟବାସୀଙ୍କୁ ସେମାନଙ୍କର ଭୋଟ ସମ୍ପୂର୍ଣ୍ଣ ଭାବରେ ବ୍ୟବହାର କରିବାକୁ ଅନୁରୋଧ କରିବି ଯାହା ଦ୍ୱାରା ଆମେ ଏକ ଭଲ ସମାଜ ଏବଂ ଏକ ଭଲ ରାଜ୍ୟ ଗଠନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିପାରିବା।
ମୁଖ୍ୟମନ୍ତ୍ରୀ ନାୟବ ସିଂ ସୋନି ତାଙ୍କ ପରିବାର ସହିତ ହରିୟାଣା ବିଧାନସଭା ନିର୍ବାଚନରେ ଭୋଟ ଦେଇଛନ୍ତି। ଏହି ସମୟରେ ସେ କହିଥିଲେ ଯେ ବିକଶିତ ହରିୟାଣାକୁ ଭୋଟ ଦିଅନ୍ତୁ। ଏଥି ସହ ତୃତୀୟ ଥର ପାଇଁ ଭାଜପା ସରକାର ଏକ ବଡ଼ ବ୍ୟବଧାନରେ ସରକାର ଗଠନ କରିବ ବୋଲି ସେ ଦାବି କରିଛି।
Trending
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ
- ଆସନ୍ତାକାଲି ମିଳିବ ସିଏମ୍-କିଷାନ ଯୋଜନାର ପଞ୍ଚମ କିସ୍ତି,ରାଜ୍ୟର ୪୧ ଲ୪ରୁ ଉର୍ଦ୍ଧ କୃଷକ ପରିବାର ଉପକୃତ ହେବେ
- ଭିତରକନିକାରେ ତିନି ଦିନ ଧରି ପକ୍ଷୀ ଗଣନା ଚାଲିବ,ସକାଳ ୬ରୁ ଦିନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା
- ଏୟାର ମାର୍ଶାଲ୍ ଜିତେନ୍ଦ୍ର ମିଶ୍ର ହେଲେ ଆଯୋଧ୍ୟା ରାମ ମନ୍ଦିରର CEO
- ଓଡ଼ିଶାରେ କମିଲା PUCC ଜରିମାନା, ଗାଡ଼ି ଅନୁସାରେ ଲାଗିବ ଅଲଗା ଅଲଗା ଜରିମାନା
- ନୂଆ ପୋଲିସ ମୁଖ୍ୟ ଚୟନ ଉପରେ ଜାରି ରହିଲା ସସ୍ ପେନ୍ସ,ସେପ୍ଟେମ୍ବର ୭କୁ ଘୁଞ୍ଚିଲା ସୁପ୍ରିମକୋର୍ଟଙ୍କ ଶୁଣାଣି
- ୧୦ ମାସ ପରେ ବ୍ରହ୍ମପୁର ଜେଲରୁ ବାହାରିଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା,ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣାରେ ହୋଇଥିଲେ ଗିରଫ
- ସ୍ୱାୟତ୍ତ ଶାସନ ଦିବସ: ସହରର ବିକାଶ ପାଇଁ ଏକଜୁଟ ହେବାକୁ ଟିଟିଲାଗଡ଼ ପୌରପରିଷଦର ଆହ୍ୱାନ
- ଯେପର୍ଯ୍ୟନ୍ତ ଅତ୍ୟନ୍ତ ଆବଶ୍ୟକ ନହୋଇଛି, ସେପର୍ଯ୍ୟନ୍ତ ସୁନା କିଣିବାରୁ ଦୂରେଇ ରହିବା ଉଚିତ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
Prev Post