ଗତକାଲି ଓଡ଼ିଶା ଲିଟେରାରୀ ଫେଷ୍ଟିଭାଲରେ ଯୋଗ ଦେଇ ବିଶିଷ୍ଟ ସାମ୍ବାଦିକ ପ୍ରଭୁ ଚାୱଲାଙ୍କ ପ୍ରଶ୍ନର ଉତ୍ତରରେ ଏମିତି କଥା କହିଥିଲେ ମୁଖ୍ୟମନ୍ତ୍ରୀ ଯାହାକୁ ନେଇ ଜାତୀୟ ରାଜନୀତିରେ ଚର୍ଚ୍ଚା ଜୋର । ନବୀନ କେନ୍ଦ୍ରରେ ମୋଦି ସରକାରଙ୍କ ବୈଦେଶିକ ନୀତି ଏବଂ ଦୁର୍ନୀତି ରୋକିବାରେ ପଦକ୍ଷେପକୁ ପ୍ରଂଶସା କରିଥିଲେ । ଏଥିପାଇଁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ୧୦ରୁ ୮ ପଏଣ୍ଟ ଦେଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକୁ ତାରିଫ କରିବା ସହ ମୁଖ୍ୟମନ୍ତ୍ରୀ କହିଥିଲେ, କେନ୍ଦ୍ରରେ ଦୁର୍ନୀତି କମିଛି ।ମୋଦି ଦେଶବାସୀଙ୍କ ସେବା କରିବାକୁ ଯଥାସମ୍ଭବ ପ୍ରୟାସ କରିଛନ୍ତି । କେନ୍ଦ୍ର ସରକାରଙ୍କୁ ବିଭିନ୍ନ ସମୟରେ ସମର୍ଥନ ଦେଇଛି ବିଜେଡି । ଓଡ଼ିଶାର ବିକାଶରେ କେନ୍ଦ୍ର ସହ ସମନ୍ବୟରେ ରାଜ୍ୟ ସରକାର କାମ କରୁଛନ୍ତି । ଜଣେ ଅଣ ଏନଡିଏ ନେତା ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଏହି ମନ୍ତବ୍ୟକୁ ନେଇ ଜାତୀୟ ଗଣମାଧ୍ୟମରେ ଜୋର ଚର୍ଚ୍ଚା ଧରିଛି । ଏଥିସହ ଓଡ଼ିଶା ଓଡ଼ିଶା ଲିଟେରାରୀ ଫେଷ୍ଟିଭାଲରେ ନିଜ ଲୋକପ୍ରିୟତାର ରାଜ କହିଥିଲେ ମୁଖ୍ୟମନ୍ତ୍ରୀ । ନବୀନ ପଟ୍ଟନାୟକ କହିଲେ, ରାଜନୀତିକୁ ଆସିବା ପରଠୁ ଦୁର୍ନୀତି ହଟାଇବା ମୂଳ ଲକ୍ଷ୍ୟ ରହି ଆସିଛି ।
Trending
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
Prev Post