ଭାଜପା ଏହି ଶପଥ ସମାରୋହରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛି। ନବୀନ ନିବାସ ଯାଇ ନିମନ୍ତ୍ରଣ ଭାଜପାର ୫ ବରିଷ୍ଠ ନେତା ମନମୋହନ ସାମଲ, ସୁରେଶ ପୂଜାରୀ, ବସନ୍ତ ପଣ୍ଡା, ନିତ୍ୟାନନ୍ଦ ଗଣ୍ଡ, ସମୀର ମହାନ୍ତି ନିମନ୍ତ୍ରଣ ଦେଇଛନ୍ତି। ଏନେଇ ମନମୋହନ କହିଛନ୍ତି ନବୀନ ବାବୁ ଶପଥ ଗ୍ରହଣ ଉତ୍ସବରେ ନିଶ୍ଚିତ ପହଞ୍ଚିବେ।ଅନ୍ୟପଟେ ଓଡ଼ିଶାରେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସ୍ପେନ୍ସ ଲାଗିରହିଛି। ତେବେ ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁକୁ ନେଇ ଆଜି ସ୍ପଷ୍ଟ ହୋଇଯିବ। ଏସବୁ ଭିତରେ ନୂଆ ମୁଖ୍ୟମନ୍ତ୍ରୀ ଆସନ୍ତା ବୁଧବାର ଅପରାହ୍ନ ୪.୪୫ରେ ଶପଥ ଗ୍ରହଣ କରିବେ ବୋଲି ଜଣାପଡିଛି। ସୂଚନାଯୋଗ୍ୟ, କେନ୍ଦ୍ର କ୍ୟାବିନେଟ ମନ୍ତ୍ରୀ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବଙ୍କୁ ଓଡ଼ିଶା ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଥିବା ବେଳେ ଆଜି ସେମାନେ ଓଡ଼ିଶା ଗସ୍ତରେ ଆସି ଭାଜପା ବିଧାୟକ ଦଳ ବୈଠକରେ ଯୋଗ ଦେବେ। ଏହାପରେ କିଏ ହେବେ ରାଜ୍ୟର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ ସେ ତର୍ଜମା କରିବେ।
Trending
- ବଢିଲା ବିଜେଡି ନେତାଙ୍କ ଅଡୁଆ, ପ୍ରୀତିରଞ୍ଜନ ଘଡେଇ ଙ୍କ ନାଁରେ ଏତଲା
- ଆଣ୍ଡାମାନ ଓ ନିକୋବର ଦ୍ଵୀପପୁଞ୍ଜରେ ଭୂକମ୍ପ ଝଟକା
- ନିମିଷା ପ୍ରିୟାଙ୍କ ମୃତ୍ୟୁଦଣ୍ଡ ବାତିଲ୍
- ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି , ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
- ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର ବଦଳିବ
- ଶ୍ରାବଣ ମାସର ତୃତୀୟ ସୋମବାର
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ