ଆସନ୍ତା ୨୮ ତାରିଖରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ନିମାପଡ଼ା ଗସ୍ତରେ ଆସୁଛନ୍ତି। ଭାଜପା ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସାଧାରଣ ସଭାରେ ମନ୍ତ୍ରୀ ଶାହା ଉଦ୍ବୋଧନ ଦେବାର କାର୍ଯ୍ୟକ୍ରମ ରହିଥିବା ଭାଜପା ନେତୃବୃନ୍ଦମାନଙ୍କ ସୂତ୍ରରୁ ଜଣାପଡ଼ିଛି। କେନ୍ଦ୍ର ଗୃହମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମ ପାଇଁ ଜିଲା ଓ ସ୍ଥାନୀୟ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଏହି କାର୍ଯ୍ୟକ୍ରମର ସଫଳତା, ତ୍ୱରାନ୍ବିତ ପାଇଁ ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ଏକ ବୈଠକ ପଞ୍ଚାୟତ ସମିତି ସଭାଗୃହରେ ରବିବାର ଅନୁଷ୍ଠିତ ହୋଇଥିଲା। ଅତିଥି ଭାବେ ଅତିରିକ୍ତ ଜିଲାପାଳ (ରାଜସ୍ବ) କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଏସ୍ପି ଦେବବ୍ରତ ଚକ୍ର, ପୋଲିସ ଏସ୍ଡିପିଓ ପ୍ରଭାତ ମଲ୍ଲିକ, ଆଇଆଇସି ବାମଦେବ ସ୍ବାଇଁ, ବିଡିଓ ଭୁବନାନନ୍ଦ ପଟ୍ଟନାୟକ, ତହସିଲଦାର ବସନ୍ତ ହାତୀ, ଅଗ୍ନିସେବା ସଂସ୍ଥା, ପୂର୍ତ୍ତ ବିଭାଗ ସମେତ ବିଭିନ୍ନ ବିଭାଗର ଅଧିକାରୀ, ଭାରତ ସରକାରଙ୍କ ପୋଲିସ ବିଭାଗର ପଦସ୍ଥ କେନ୍ଦ୍ରୀୟ ସୁରକ୍ଷା ଅଧିକାରୀମାନେ ଯୋଗଦେଇଥିଲେ। କେନ୍ଦ୍ର ସରକାରଙ୍କ ଏହି କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ କେନ୍ଦ୍ରୀୟ ସୁରକ୍ଷା ଅଧିକାରୀ, ଜିଲା ଓ ପୋଲିସ ପ୍ରଶାସନର ବରିଷ୍ଠ ଅଧିକାରୀମାନେ ୨ଟି ହେଲିପ୍ୟାଡ ସ୍ଥଳ, କାରକେଡ୍ ପଥ, ସଭାସ୍ଥଳ, ହେଲିପ୍ୟାଡ୍ରୁ ସଭାସ୍ଥଳକୁ ଯାତାୟାତ ପଥ ଆଦି ପରିଦର୍ଶନ କରି ବିଭିନ୍ନ କାର୍ଯ୍ୟର ତଦାରଖ କରିବା ସହ ଯାନବାହନ ପାର୍କିଂ, ଟ୍ରାଫିକ ନିୟନ୍ତ୍ରଣ ଦିଗରେ ପୋଲିସ ଅଧିକାରୀମାନେ ଗୁରୁତ୍ୱାରୋପ କରିଥିଲେ। ମନ୍ତ୍ରୀଙ୍କ କଡ଼ା ସୁରକ୍ଷା ଓ ନିରାପତ୍ତା ବ୍ୟବସ୍ଥାର କେନ୍ଦ୍ରୀୟ ସୁରକ୍ଷା ଅଧିକାରୀ, କମାଣ୍ଡାଣ୍ଟ, ସିକ୍ୟୁରିଟି ଉଇଙ୍ଗ୍ସ ବିଭାଗର ପ୍ରାୟ ୧୫ ଜଣିଆ ସେଣ୍ଟ୍ରାଲ ପୋଲିସ ଟିମ୍ ସ୍ବତନ୍ତ୍ର ଭାବେ ସୁରକ୍ଷା ଓ ନିରାପତ୍ତା ବ୍ୟବସ୍ଥାର ତଦାରଖ କରିଥିଲେ। ଏହି ସମାରୋହରେ ଭାଜପାର ବହୁ ରାଜ୍ୟସ୍ତରୀୟ ବରିଷ୍ଠ ନେତା ଯୋଗଦେବେ ବୋଲି ଜଣାପଡ଼ିଛି।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post