ପଦ୍ମ ଧରିଲେ ଚମ୍ପାଇ ସୋରେନ

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍‌ ବିଜେପିରେ ସାମିଲ ହୋଇଛନ୍ତି। ଶୁକ୍ରବାର ରାଞ୍ଚିରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ ପଦ୍ମ ଧରିଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂହ ଚୌହାନ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ଵଶର୍ମା ଓ ଝାଡ଼ଖଣ୍ଡ ବିଜେପି ସଭାପତି ବାବୁଲାଲ ମାର୍ଣ୍ଡି ପ୍ରମୁଖ ଉପସ୍ଥିତ ଥିଲେ।