ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଏକାମ୍ର ନିର୍ବାଚନମଣ୍ଡଳୀର ବିଜେଡି ଲଗାତାର ଶକ୍ତି ପ୍ରଦର୍ଶନ କରିଚାଲିଛି। ଆଜି ଏକାମ୍ରରେ ମହିଳାମାନଙ୍କର ଏକ ବଡ଼ ସମାବେଶ ଆୟୋଜନ କରାଯାଇଥିଲା। କାର୍ଗିଲ୍ ପଡ଼ିଆରେ ହୋଇଥିବା ଏହି ସମାବେଶକୁ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଉଦ୍ଘାଟନ କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳା ସଶକ୍ତୀକରଣ ପାଇଁ ନେଇଥିବା ଗୁରୁ୍ତ୍ବପୂର୍ଣ୍ଣ ପଦକ୍ଷେପଗୁଡ଼ିକୁ ଶ୍ରୀ ପଣ୍ଡା ବର୍ଣ୍ଣନା କରିଥିଲେ। ସାମାଜିକ, ଅର୍ଥନୈତିକ ଓ ରାଜନୈତିକ କ୍ଷେତ୍ରରେ ମହିଳାମାନଙ୍କ ଉତ୍ଥାନ ପାଇଁ ବିଜେଡି ସରକାର ସଂକଳ୍ପବଦ୍ଧ ବୋଲି ସେ କହିଥିଲେ।ସଭାପତି ଓ ସମ୍ପାଦିକାମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଭୁବନେଶ୍ବରର ଅନ୍ୟ ଦୁଇ ବିଧାୟକ ଅନନ୍ତ ନାରାୟଣ ଜେନା ଓ ସୁଶାନ୍ତ ରାଉତ, କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ମେୟର ସୁଲୋଚନା ଦାସ, ଡେପୁଟି ମେୟର ମଞ୍ଜୁଲତା କହଁର, ମିସନ ଶକ୍ତି ଉପଦେଷ୍ଟା ଲୋପାମୁଦ୍ରା ବକ୍ସିପାତ୍ର, ଗୀତା ବସ୍ତିଆ, ସମାଜସେବୀ କସ୍ତୁରୀ ମହାପାତ୍ର, ଭୁବନେଶ୍ୱର ମହିଳା ସଭାପତି ବିଜୟଲକ୍ଷ୍ମୀ ମହାପାତ୍ର, ଏକାମ୍ର ସଭାପତି ମହାମାୟା ସ୍ବାଇଁ ଓ ସ୍ଥାନୀୟ କର୍ପୋରେଟର ଚାରୁଲତା ସାମନ୍ତରାୟ ପ୍ରମୁଖ ଉପସ୍ଥିତ ଥିଲେ।
Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
Prev Post
Next Post