ଲୋକସଭା ନିର୍ବାଚନରେ ଉତ୍ତରପ୍ରଦେଶରେ ପରାଜୟକୁ ଗ୍ରହଣ କରିବା ବିଜେପି ପାଇଁ କଷ୍ଟସାଧ୍ୟ ହୋଇପଡ଼ିଛି। ରାଜ୍ୟରେ ପରାଜୟ ପରେ ସମୀକ୍ଷା ବୈଠକ ମଧ୍ୟ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ବିଜେପି ସଭାପତି ଭୁପେନ୍ଦ୍ର ଚୌଧୁରୀ ଜାତୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଭେଟି ପରାଜୟ ରିପୋର୍ଟ ମଧ୍ୟ ତାଙ୍କ ନିକଟରେ ଦାଖଲ କରିଛନ୍ତି। ପରାଜୟ ପରେ ଅଯୋଧ୍ୟାରେ ମହନ୍ତ ରାଜୁ ଦାସ ଏବଂ ଡିଏମ ନୀତୀଶ କୁମାରଙ୍କ ମଧ୍ୟରେ ବିବାଦ ହୋଇଛି। ତେବେ ରାଜ୍ୟରେ ପରାଜୟ ଯୋଗୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ହଟାଇବା ପାଇଁ ମଧ୍ୟ ପ୍ରସ୍ତୁତି ଚାଲିଛି ବୋଲି ରାଜନୈତିକ ସାମ୍ବାଦିକମାନେ ମତ ଦେଇଛନ୍ତି।ପ୍ରକୃତରେ ଯୋଗୀ ଆଦିତ୍ୟନାଥଙ୍କୁ ହଟାଇବା ପ୍ରସଙ୍ଗରେ ପ୍ରଥମେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜ୍ରିୱାଲ ଦାବି କରିଥିଲେ। ଗତ ମାସରେ, ଯେତେବେଳେ କେଜ୍ରିୱାଲ ନିର୍ବାଚନ ପ୍ରଚାର ପାଇଁ କୋର୍ଟରୁ ୨୧ ଦିନ ଜାମିନ ପାଇଥିଲେ। ଏହା ପରେ ସେ ବାହାରକୁ ଆସିବା ମାତ୍ରେ ବିଜେପିକୁ ଟାର୍ଗେଟ କରି କହିଥିଲେ ଯେ ଉତ୍ତରପ୍ରଦେଶର ସିଏମ ହଟାଇବା ପାଇଁ ପ୍ରସ୍ତୁତି ଚାଲିଛି।
Trending
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
- ଆଜି ଓଡିଶା ଆସିବେ ପି.କେ. ମିଶ୍ର
- ସ୍ମାର୍ଟ ସିଟି ଓ ଟ୍ଵିନ୍ ସିଟିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା
- ନରେନ୍ଦ୍ର ମୋଦୀଙ୍କୁ ଭେଟି ୱାକଫ ସଂଶୋଧନ ଆଇନ ପାଇଁ ଧନ୍ୟବାଦ ଜଣାଇଛନ୍ତି ଦାଉଦୀ ବୋହରା ସମ୍ପ୍ରଦାୟର ଲୋକମାନେ
- କେନ୍ଦ୍ର ସରକାରଙ୍କ ଉଦ୍ୟମରେ ଆଜି ଓଡ଼ିଶାକୁ ୪୦୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ବର ପ୍ରକଳ୍ପ ଭେଟି ମିଳିଛି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ