ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଶେଷରେ ବିଜେପିରେ ସାମିଲ ହୋଇଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଡକ୍ଟର ପ୍ରଦୀପ ପାଣିଗ୍ରାହୀ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତରେ ସେ ପଦ୍ମ ଧରିଛନ୍ତି। ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ଡକ୍ଟର ପ୍ରଦୀପ ପାଣିଗ୍ରାହୀ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦେଶକୁ ସାରା ବିଶ୍ବରେ ସମ୍ମାନିତ କରିଛନ୍ତି। ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ମୁଁ ବିଜେପିରେ ମିଶିଛି। ସେ ଆହୁରି କହିଛନ୍ତି, ଓଡ଼ିଶାରେ ଅନ୍ଧ, ମୂକ ବଧିର ସରକାରକୁ ହଟାଇବାର ସମୟ ଆସିଛି। ନବୀନ ବାବୁ ଅଟଳ ବିହାରୀ ବାଜପେୟୀଙ୍କ ଆଶୀର୍ବାଦରେ ମୁଖ୍ୟମନ୍ତ୍ରୀ ହୋଇଥିଲେ। ହେଲେ ପରେ ନିଜର ସ୍ବାର୍ଥ ଲାଗି ବିଜେପିର ହାତ ଛାଡ଼ିଥିଲେ। ନବୀନ ବାବୁଙ୍କୁ ହଟାଇବା ଓ ବିଜେପିକୁ କ୍ଷମତା ଆଣିବାର ସମୟ ଆସିଛି। ପୂର୍ଣ୍ଣ ସମର୍ଥନ ଦେଇ ଥରେ ବିଜେପିକୁ ଓଡ଼ିଶାରେ କ୍ଷମତାସୀନ କରିବାକୁ ସେ ଓଡ଼ିଶାବାସୀଙ୍କୁ ନିବେଦନ କରିଛନ୍ତି। ଲୋକଙ୍କ ପାଇଁ ହେବ ବିଜେପି ସରକାର। ରାଜ୍ୟର ସଚିବାଳୟ ସମସ୍ତଙ୍କ ପାଇଁଖୋଲା ରହିବ।୨୦୨୦ରେ ଦଳ ବିରୋଧୀ କାର୍ଯ୍ୟ ପାଇଁ ପ୍ରଦୀପଙ୍କୁ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ କରାଯାଇଥିଲା। ବିଜେଡିରୁ ବିଦା ହେବା ପରଠାରୁ ସେ ବିଜେପି ଆଡ଼କୁ ଢଳିବା ନେଇ ଚର୍ଚ୍ଚା ହେଉଥିଲା। ଆଉ ଏବେ ସମସ୍ତ ଆଲୋଚନା ପର୍ଯ୍ୟାଲୋଚନାରେ ପୂର୍ଣ୍ଣଚ୍ଛେଦ ଟାଣି ସେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା