ଆଜି ଦିଲ୍ଲୀରେ ବିଜେପି ଶାସିତ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିଛନ୍ତି | ବିଜେପିର ମୁଖ୍ୟମନ୍ତ୍ରୀ ପରିଷଦର ଏହି ବୈଠକରେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥ ଯୋଗୀ, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ, ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲଙ୍କ ସହିତ ଅନ୍ୟାନ୍ୟ ନେତା ବୈଠକରେ ଯୋଗ ଦେଇଥିଲେ |ଏହି ବୈଠକରେ ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି. ନଡ୍ଡାଙ୍କ ସହ ଦେବେନ୍ଦ୍ର ଫଡନାଭିସ, ବୀରେନ ସିଂହ, ବସବରାଜ ବୋମାଇ, ଜୟରାମ ଠାକୁର ମଧ୍ୟ ଉପସ୍ଥିତ ଥିଲେ | ବୈଠକରେ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ବିକାଶ ଏବଂ କଲ୍ୟାଣ ଯୋଜନା ଉପରେ ସେମାନଙ୍କର ରିପୋର୍ଟ ଉପସ୍ଥାପନ କରିଛନ୍ତି | ବିଶେଷ କରି ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାକୁ କାର୍ଯ୍ୟକାରୀ କରିବା ସହ ଏଥିରେ ଗରିବ ଏବଂ ପଛୁଆ ବର୍ଗଙ୍କୁ ଅନ୍ତର୍ଭୁକ୍ତ କରିବାକୁ କଣ ସବୁ କରାଯାଇଛି, ସେ ନେଇ ମୋଦୀଙ୍କୁ ଜଣାଇଛନ୍ତି |
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା