ତାମିଲାଗା ଭେଟ୍ରି କାଝାଗାମ (ଟିଭିକେ) ମୁଖ୍ୟ ବିଜୟଙ୍କ ରାଲିରେ ଦଳାଚକଟାଜନିତ ମୃତ୍ୟୁସଂଖ୍ୟା ୪୦ରେ ପହଞ୍ଚତ୍ଥିବାବେଳେ ଶତାଧିକ ଆହତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଦଳାଚକଟା ପଛରେ ଷଡ଼ଯନ୍ତ୍ର ଥିବା ଦଳ ପକ୍ଷରୁ ଅଭିଯୋଗ ହୋଇଛି। ଟିଭିକେ ରବିବାର ମାଡ୍ରାସ ହାଇକୋର୍ଟଙ୍କ ଦ୍ୱାରସ୍ଥ କରାଯାଇଛି। ଦଳାଚକଟାଜନିତ ମୃତ୍ୟୁ ଘଟଣାର ତଦନ୍ତ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) କିମ୍ବା ସ୍ବତନ୍ତ୍ର ତଦନ୍ତକାରୀ ଟିମ୍ (ଏସ୍ଆଇଟି) ଦ୍ୱାରା କରାଇବା ପାଇଁ ନିର୍ଦ୍ଦେଶ ଦେବାକୁ ଟିଭିକେ ପକ୍ଷରୁ ହାଇକୋର୍ଟ ବିଚାରପତି ଏମ୍. ଧଣ୍ଡପାନିଙ୍କୁ ନିବେଦନ କରାଯାଇଛି। ୪୦ ଜଣଙ୍କ ମୃତ୍ୟୁ ଘଟଣାର ବିଚାର ଅଦାଲତ ନିଜଆଡ଼ୁ କରିବାକୁ ଟିଭିକେର ଓକିଲମାନେ ନିବେଦନ କରିଛନ୍ତି। ହାଇକୋର୍ଟଙ୍କ ମଦୁରାଇ ଶାଖାରେ ପିଟିଶନ ଦାଏର କରିବାକୁ ବିଚାରପତି କହିବା ସହ ସୋମବାର ଶୁଣାଣି ହେବ ବୋଲି କହିଛନ୍ତି। ଅନ୍ୟପକ୍ଷରେ କରୁର ଦଳାଚକଟା ଘଟଣାର ତଦନ୍ତ ନ ସରିବା ପର୍ଯ୍ୟନ୍ତ ବିଜୟଙ୍କ ଜନସମାବେଶ ଉପରେ ନିଷେଧାଦେଶ ଲଗାଇବାକୁ ହୋଇଥିବା ଆବେଦନର ଜରୁରୀ ଶୁଣାଣି ଜଷ୍ଟିସ୍ ଏନ୍. ସେନ୍ଥିଲ କୁମାରଙ୍କ ଖଣ୍ଡପୀଠରେ ହେବ।
Trending
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା