ସୁଭଦ୍ରା ଯୋଜନାରେ ପ୍ରତିଶ୍ରୁତି ପାଳନ ହୋଇ ନ ଥିବା ଅଭିଯୋଗରେ ଏହି ହୋହଲ୍ଲା ହୋଇଛି। ସୁଭଦ୍ରା ଯୋଜନାରେ ସବୁ ମହିଳାଙ୍କୁ ସାମିଲ କରିବାକୁ ଦାବି କରି ପ୍ରଥମେ ଗୃହରେ ବିଜେଡି ସଦସ୍ୟମାନେ ହଟ୍ଟଗୋଳ କରିଥିଲେ। ବାଚସ୍ପତିଙ୍କ ପୋଡ଼ିୟମ ନିକଟରେ ବିଜେଡି ସଦସ୍ୟଙ୍କ ହୋହଲ୍ଲା କରିଥିଲେ । ପରେ କଂଗ୍ରେସ ବିଧାୟକମାନେ ମଧ୍ୟ ବିଜେଡି ସଦସ୍ୟମାନଙ୍କ ସହ ନାରାବାଜୀ ଦେଇଥିଲେ। ସେସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏକ ପ୍ରଶ୍ନର ଉତ୍ତର ଦେଉଥିଲେ। ହେଲେ ବିରୋଧୀଙ୍କ ହୋହଲ୍ଲା ଯୋଗୁ ବାଧ୍ୟହୋଇ ଦିନ ସାଢେ ୧୧ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଥିଲେ ବାଚସ୍ପତି ସୁରମା ପାଢୀ।
ଆଜି ବିଧାନସଭା ଆରମ୍ଭରେ ଦିବଙ୍ଗତ ସମ୍ବଲପୁରର ପୂର୍ବତନ ବିଧାୟକ ଅଶ୍ବିନୀ ଗୁରୁଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଶୋକ ପ୍ରକାଶ କରିଥିଲେ।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Prev Post
Next Post