ହାଇଦ୍ରାବାଦ: ତେଲେଙ୍ଗାନାର ସମସ୍ତ ୧୧୯ ବିଧାନସଭା ଆସନରେ ଆଜି ଭୋଟ୍ ଗ୍ରହଣ ସହିତ ସମସ୍ତ ୫ ରାଜ୍ୟର ବିଧାନସଭା ପାଇଁ ମତଦାନ ପ୍ରକ୍ରିୟା ଶେଷ ହୋଇଛି। ପୂର୍ବରୁ ରାଜସ୍ଥାନ, ଛତିଶଗଡ଼, ମଧ୍ୟପ୍ରଦେଶ ଓ ମିଜୋରାମ ବିଧାନସଭା ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ପ୍ରକ୍ରିୟା ଶେଷ ହୋଇଥିଲା ଏବଂ ଆଗାମୀ ୩ ତାରିଖ ଦିନ ୫ ରାଜ୍ୟର ଫଳ ଆସିବ। ତେଲେଙ୍ଗାନାରେ ଆଜି କଡ଼ା ସୁରକ୍ଷା ସତ୍ତ୍ବେ ବିଭିନ୍ନ ଜିଲ୍ଲାରେ ହିଂସାକାଣ୍ଡ ଘଟିଥିବା ରିପୋର୍ଟ ମିଳିଛି। ରାଜ୍ୟରେ ମୋଟ ୬୪.୧୨ ପ୍ରତିଶତ ଭୋଟର୍ ସେମାନଙ୍କ ମତାଧିକାର ସାବସ୍ତ କରିଥିବା ବେଳେ ୨୨୯୦ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍ରେ ବନ୍ଦ ହୋଇଯାଇଛି। ଏହି ନିର୍ବାଚନ ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ, ତାଙ୍କ ପୁଅ ତଥା ମନ୍ତ୍ରୀ କେଟି ରାମା ରାଓ, ରାଜ୍ୟ କଂଗ୍ରେସ ସଭାପତି ଏ ରେବନ୍ତ ରେଡ୍ଡି ଏବଂ ବିଜେପି ଲୋକସଭା ସାଂସଦ ବି. ସଂଜୟ କୁମାର ଏବଂ ଡି. ଅରବିନ୍ଦଙ୍କ ରାଜନୈତିକ ଭାଗ୍ୟ ଫଇସଲା କରିବ।
Trending
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
- ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି
- ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଏମ୍ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
- ବନ୍ଧା ହେଲେ ଡିଏଫ୍ଓ ବାବୁ
- ଆଜି ଠୁ ପ୍ଲାଷ୍ଟିକରେ ପେଟ୍ରାଲ ବିକ୍ରୟ ନିଷେଧ
- ଧନକର ଇସ୍ତଫା ନା ଚାପର ବଶବର୍ତ୍ତୀ ହୋଇ ପଦତ୍ୟାଗ କଲେ
- ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖର
Next Post