ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାରେ ଗତ ଶନିବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ବାରା ଗିରଫ ହୋଇଥିବା ପଶ୍ଚିମବଙ୍ଗର ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କୁ ସ୍ବାସ୍ଥ୍ୟ ପରୀକ୍ଷା ଲାଗି ଗତକାଲି ଏୟାର ଆମ୍ବୁଲାନ୍ସ ଯୋଗେ ଭୁବନେଶ୍ବର ଏମ୍ସକୁ ଅଣାଯାଇଥିଲା। ଆଜି ତାଙ୍କର ଚିକିତ୍ସା ଶେଷ ହୋଇ ଯାଇଥିବା ବେଳେ ସେ କୋଲକାତା ଫେରି ଯାଇଛନ୍ତି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରି ରଖିବା ଜରୁରୀ ନୁହେଁ ବୋଲି ତାଙ୍କର ଚିକିତ୍ସା କରୁଥିବା ଡାକ୍ତର ମତ ରଖିଛନ୍ତି। ସେ ସକାଳୁ କୋଲକାତା ବିମାନବନ୍ଦରରେ ପହଞ୍ଚି ସାରିଛନ୍ତି। ତାଙ୍କୁ ପରବର୍ତ୍ତୀ ଜେରା ପାଇଁ ଇଡି ଅଫିସ୍କୁ ନିଆଯିବ ବୋଲି ସୂଚନା ରହିଛି। କଲିକତା ହାଇକୋର୍ଟ ରବିବାର ଦିନ ଏହି ନିର୍ଦ୍ଦେଶ ଦେବାପରେ ଇଡି ପକ୍ଷରୁ ତାଙ୍କୁ ଏୟାର ଆମ୍ବୁଲାନ୍ସରେ ଭୁବନେଶ୍ବର ଅଣାଯାଇଥିଲା।ଇଡି ଦ୍ବାରା ଗିରଫ ହେବା ପରେ ଅସୁସ୍ଥ ଅନୁଭବ କରିବାରୁ ପାର୍ଥଙ୍କୁ ରାଜ୍ୟ ସରକାରଙ୍କ ଏସଏସକେଏମ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ତାଙ୍କୁ ରାଜ୍ୟ ସରକାରଙ୍କ ହସ୍ପିଟାଲରେ ଭର୍ତ୍ତିକୁ ବିରୋଧ କରିଥିଲା ଇଡି। ଏସଏସକେଏମ୍ ହସ୍ପିଟାଲ ପରିବର୍ତ୍ତେ ତାଙ୍କୁ ସେନା ହସ୍ପିଟାଲକୁ ସ୍ଥାନାନ୍ତର କରିବା ଲାଗି ଇଡି ହାଇକୋର୍ଟରେ ଆବେଦନ କରିଥିଲା। ଉଭୟ ପକ୍ଷର ଯୁକ୍ତି ଶୁଣିବା ପରେ ପାର୍ଥଙ୍କୁ ଭୁବନେଶ୍ବର ଏମ୍ସକୁ ସୋମବାର ସକାଳେ ସ୍ଥାନାନ୍ତର କରିବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ।
Trending
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
- ମଝି ଆକାଶରେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ବିମାନର ଜରୁରୀକାଳନୀ ଅବତରଣ
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ