ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାରେ ଗତ ଶନିବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ବାରା ଗିରଫ ହୋଇଥିବା ପଶ୍ଚିମବଙ୍ଗର ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କୁ ସ୍ବାସ୍ଥ୍ୟ ପରୀକ୍ଷା ଲାଗି ଗତକାଲି ଏୟାର ଆମ୍ବୁଲାନ୍ସ ଯୋଗେ ଭୁବନେଶ୍ବର ଏମ୍ସକୁ ଅଣାଯାଇଥିଲା। ଆଜି ତାଙ୍କର ଚିକିତ୍ସା ଶେଷ ହୋଇ ଯାଇଥିବା ବେଳେ ସେ କୋଲକାତା ଫେରି ଯାଇଛନ୍ତି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରି ରଖିବା ଜରୁରୀ ନୁହେଁ ବୋଲି ତାଙ୍କର ଚିକିତ୍ସା କରୁଥିବା ଡାକ୍ତର ମତ ରଖିଛନ୍ତି। ସେ ସକାଳୁ କୋଲକାତା ବିମାନବନ୍ଦରରେ ପହଞ୍ଚି ସାରିଛନ୍ତି। ତାଙ୍କୁ ପରବର୍ତ୍ତୀ ଜେରା ପାଇଁ ଇଡି ଅଫିସ୍କୁ ନିଆଯିବ ବୋଲି ସୂଚନା ରହିଛି। କଲିକତା ହାଇକୋର୍ଟ ରବିବାର ଦିନ ଏହି ନିର୍ଦ୍ଦେଶ ଦେବାପରେ ଇଡି ପକ୍ଷରୁ ତାଙ୍କୁ ଏୟାର ଆମ୍ବୁଲାନ୍ସରେ ଭୁବନେଶ୍ବର ଅଣାଯାଇଥିଲା।ଇଡି ଦ୍ବାରା ଗିରଫ ହେବା ପରେ ଅସୁସ୍ଥ ଅନୁଭବ କରିବାରୁ ପାର୍ଥଙ୍କୁ ରାଜ୍ୟ ସରକାରଙ୍କ ଏସଏସକେଏମ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ତାଙ୍କୁ ରାଜ୍ୟ ସରକାରଙ୍କ ହସ୍ପିଟାଲରେ ଭର୍ତ୍ତିକୁ ବିରୋଧ କରିଥିଲା ଇଡି। ଏସଏସକେଏମ୍ ହସ୍ପିଟାଲ ପରିବର୍ତ୍ତେ ତାଙ୍କୁ ସେନା ହସ୍ପିଟାଲକୁ ସ୍ଥାନାନ୍ତର କରିବା ଲାଗି ଇଡି ହାଇକୋର୍ଟରେ ଆବେଦନ କରିଥିଲା। ଉଭୟ ପକ୍ଷର ଯୁକ୍ତି ଶୁଣିବା ପରେ ପାର୍ଥଙ୍କୁ ଭୁବନେଶ୍ବର ଏମ୍ସକୁ ସୋମବାର ସକାଳେ ସ୍ଥାନାନ୍ତର କରିବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ।
Trending
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
- ସ୍ବଦେଶୀ ନିର୍ମିତ ପ୍ରଥମ ହାଇଡ୍ରୋଜେନ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
- ସାମାଜିକ କର୍ମୀ ତଥା ଜଳବାୟୁ ଶିକ୍ଷାବିତ୍ ସୋନମ ୱାଙ୍ଗଚୁକଙ୍କ ଅନଶନ ୨୦ ଦିନରେ ପହଞ୍ଚିଛି