ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ୟ୍ୟକ୍ରମ ପ୍ରାଧିକରଣର ଶିକ୍ଷକ ନିଯୁକ୍ତି ପରୀକ୍ଷାରେ ପରୀକ୍ଷାର୍ଥୀଙ୍କ ଆଡମିଟ କାର୍ଡକୁ ନେଇ ଏବେ ଅନେକ ଚର୍ଚ୍ଚା ହେଉଛି। କାରଣ ଏହି ପରୀକ୍ଷାରେ ଭାଗ ନେଇଥିବା ଜଣେ ପରୀକ୍ଷାର୍ଥୀଙ୍କର ନାମ ହେଉଛି “ମାହାଲ ମାଣ୍ଡା”। ଏହା ସହ ତାଙ୍କ ବାପାଙ୍କ ନାମ ସ୍ଥାନରେ ରହିଛି ‘ମାହାଲ ମାଣ୍ଡା ପ୍ରୋ’। ଆଉ ତାଙ୍କ ଫଟୋଗ୍ରାଫ ସ୍ଥାନରେ ଏକ ଚଢେଇର ଫଟୋ ରହିଛି। ତେବେ ଏଭଳି ଏକ ବିଚିତ୍ର ଆଡମିଟ କାର୍ଡକୁ ନେଇ ବିଭିନ୍ନ ଚର୍ଚ୍ଚା ହେଉଥିବା ବେଳେ, ଶିକ୍ଷକ ନିଯୁକ୍ତିରେ ବ୍ୟାପକ ଦୁର୍ନୀତି ହୋଇଥିବା ଏଥିରୁ ସ୍ପଷ୍ଟ ଜଣାପଡୁଛି।ଏହାକୁ ନେଇ ବିଜେପି ରାଜ୍ୟ ମୁଖପାତ୍ର ଅନୀଲ ବିଶ୍ୱାଳ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ଏବେ ପ୍ରକାଶିତ ହୋଇଥିବା କନିଷ୍ଠ ଶିକ୍ଷକ ନିଯୁକ୍ତିରେ ବ୍ୟାପକ ଜାଲିଆତି ହୋଇଥିବାର ଖବର ଆସୁଛି । ପ୍ରକାଶିତ ହୋଇଥିବା ମେରିଟ୍ ଲିଷ୍ଟରେ ଅନେକ ଏଭଳି ରୋଲ ନମ୍ବର ପ୍ରକାଶ ହୋଇଛି ଯେଉଁମାନେ କେବେ ପରୀକ୍ଷା ଦେଇନାହାନ୍ତିି । ଏଥିରୁ ସ୍ପଷ୍ଟ ହେଉଛି ଯେ, ନିଯୁକ୍ତି ପକ୍ରିୟାରେ ବ୍ୟାପକ ତ୍ରୁଟି ରହିଛି ଓ ସରକାରୀ ଚାକିରୀ ବିକ୍ରି କରାଯାଇଛି । ସେହି ନିଯୁକ୍ତିରେ କଟଅଫ ମାର୍କ କେତେ ରଖାଯାଇ ଓ ମେରିଟ୍ ଲିଷ୍ଟ ପ୍ରସ୍ତୁତ କରାଯାଇଛି ତାହାର ସ୍ପଷ୍ଟତା ଓସେପା ପାଖରେ ନାହିଁ, ଯାହାକି ସବୁଠୁ ବଡ଼ ଆଶ୍ଚର୍ଯ୍ୟଜନକ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post