ପୁଣି ନିର୍ବାଚନ ମୈଦାନରେ ବିଜେପି-ବିଜେଡି ମୁହାଁମୁହିଁ ହେଉଛନ୍ତି । ଉପନିର୍ବାଚନ ହେବାକୁ ଥିବା ସମସ୍ତ ୬ ବ୍ଲକ୍ ବିଜେଡି ପାଖରେ ଥିଲା । କିନ୍ତୁ ଏବେ ସ୍ଥିତି ବଦଳିଛି। ତେଣୁ ଉଭୟ ବିଜେପି ଏବଂ ବିଜେଡି ପାଇଁ ଉପନିର୍ବାଚନ ସମ୍ମାନର ପ୍ରଶ୍ନ ପାଲଟିଛି। ସବୁଠି ଛକାପଞ୍ଝା ସ୍ଥିତି ଲାଗି ରହିଥିବା ବେଳେ ଏସବୁ ଆସନ ହାତେଇବାକୁ ଉଭୟ ପକ୍ଷ ରଣକୌଶଳ ଆରମ୍ଭ କରି ଦେଇଛନ୍ତି।ଗଞ୍ଜାମ ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର କୁକୁଡାଖଣ୍ଡି ବ୍ଲକ୍ ବିଜେଡି ପାଖରେ ଥିଲା। କିନ୍ତୁ ଅଧ୍ୟକ୍ଷଙ୍କ ମୃତ୍ୟୁ ପରେ ଏଠି ଉପନିର୍ବାଚନ ହେବାକୁ ଯାଉଛି। କୁହାଯାଉଛି ଏଠାକାର ୧୨ ସମିତି ସଭ୍ୟଙ୍କ ମଧ୍ୟରୁ ୭ ଜଣ ବିଜେପି ସମର୍ଥନରେ ରହିଛନ୍ତି। ତେଣୁ ଏଠାରେ ବିଜେପି ବାଜିମାତ୍ କରିପାରେ। କିନ୍ତୁ ଖଲ୍ଲିକୋଟ୍ ବ୍ଲକରେ ଛକାପଞ୍ଝା ସ୍ଥିତି ରହିଛି।ଅନ୍ୟପଟେ କଳାହାଣ୍ଡିର ନର୍ଲା, ନବରଙ୍ଗପୁରର ରାଇଘର ଆଉ ନୟାଗଡ଼ର ଭାପୁର ବ୍ଲକରେ ମଧ୍ୟ ସ୍ଥିତି ସମାନ ଅଛି। ଉପନିର୍ବାଚନ ହେବାକୁ ଥିବା ଏହି ୩ ବ୍ଲକରେ କିଏ ବାଜି ମାରିବ କହିବା କଷ୍ଟକର। ନର୍ଲା ବ୍ଲକ୍ ବିଜେଡି ପାଖରେ ରହିଥିଲା କିନ୍ତୁ ଏବେ ସ୍ଥିତି ବଦଳିଛି। ସେହିପରି ରାଇଘରରେ ନବୀନା ନାୟକଙ୍କ ଇସ୍ତଫା ପରେ ୨୬ ସମିତି ସଭ୍ୟଙ୍କ ମଧ୍ୟରୁ ୧୮ଟି ବିଜେଡି ୬ ବିଜେପି ପାଖରେ ରହିଛି। କିନ୍ତୁ ଏଠାରେ ବିଜେଡିର ଗୋଷ୍ଠୀ କନ୍ଦଳର ଫାଇଦା ନେବାକୁ ବିଜେପି ଯୋଜନା କରିଛି। ଅନ୍ୟ ପଟେ ଭାପୁରରେ କିନ୍ତୁ ଶାସକ ବିଜେପି ପାଇଁ ଜଟିଳ ସ୍ଥିତି ରହିଛି। ସେଠାରେ ୨୦ ସମିତି ସଭ୍ୟଙ୍କ ମଧ୍ୟରୁ ୧୭ ଜଣ, ପୂର୍ବତନ ଅଧ୍ୟକ୍ଷା ସାବିତ୍ରୀ ପ୍ରଧାନଙ୍କ ସମର୍ଥନରେ ଥିବା ସେ ଦାବି କରିଛନ୍ତି।ସେହିପରି ବିଜେଡିରୁ ଗୀତାଞ୍ଜଳି ସେଠୀଙ୍କ ଇସ୍ତଫା ପରେ କେନ୍ଦ୍ରାପଡା ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦବି ବି ଖାଲି ପଡିଛି। ସେଠି ଉପନିର୍ବାଚନ ହେବାକୁ ଥିବା ବେଳେ ୩୧ରୁ ମାତ୍ର ୨ ଜଣ ଶାସକ ବିଜେପି ପାଖରେ ରହିଛି ।
Trending
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
- ବିହାରର ପୂର୍ଣ୍ଣିଆରେ ୪୦,୦୦୦ କୋଟିର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
Prev Post
Next Post