ଏଏସ୍ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ମାଡ଼ ମାରିବା ଘଟଣାରେ ବିଜେଡି ରାଜ୍ୟ ସରକାରଙ୍କୁ ଘେରିଛି। ମଙ୍ଗଳବାର ଲେଖାଶ୍ରୀ ସାମନ୍ତସିଂହାର ଖବରଦାତା ସମ୍ମିଳନୀ କରି ରାଜ୍ୟସରକାରଙ୍କୁ ଘେରିବା ସହିତ ସିଧାସଳଖ ଓଡ଼ିଆ ଅସ୍ମିତା ପ୍ରସଙ୍ଗ ଉଠାଇଛନ୍ତି। ସେ ରାଜ୍ୟପାଳଙ୍କ ପୁଅଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି କରିଛନ୍ତି ।ସେ କହିଛନ୍ତି, ପୁରୀ ରାଜଭବନରେ ଏଏସ୍ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ମାଡ଼ ମାରିବା ଘଟଣାର ୧୦ ଦିନ ହେଲାଣି, ପରେବି ରାଜ୍ୟ ସରକାର କୌଣସି କାର୍ଯ୍ୟାନୁଷ୍ଠାନ ନେଉ ନାହାନ୍ତି। ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ, ଦୁଃଖଦାୟକ ଓ ହୃଦୟ ବିଦାରକ । ରାଜ୍ୟ ସରକାର ଓଡ଼ିଆ ଅସ୍ମିତା ମୁଣ୍ଡେଇବାର ନାଟକ କରୁଛନ୍ତି । ଯଦି ମୋହନ ସରକାରର ଆନ୍ତରିକତା ଥାନ୍ତା, ତେବେ ସେ କାର୍ଯ୍ୟାନୁଷ୍ଠାନ ନେଇଥାନ୍ତେ ।ସେ ଆହୁରି ମଧ୍ୟ କହିଛନ୍ତି, ଜଣେ ଅଣ ଓଡ଼ିଆ ଲୋକ ଓଡିଆଙ୍କୁ ନିସ୍ତୁକ ମାଡ଼ ମାରୁଛନ୍ତି । ସର୍ବଭାରତୀୟ ସ୍ତରରେ ଓଡ଼ିଶା ନିନ୍ଦିତ ହେଉଛି । ଗଣମାଧ୍ୟମରେ ଏହି ଖବର ଶିରୋନାମା ପାଲଟିଛି, ହେଲେ ରାଜ୍ୟ ସରକାର କିନ୍ତୁ ଏ ସମ୍ପର୍କରେ ପୂରା ନିରବ ରହିଛନ୍ତି । ଆଇନ ସମସ୍ତଙ୍କ ପାଇଁ ସମାନ, ହେଲେ ଗରିବ ଲୋକ ପାଇଁ ଗୋଟେ ଆଇନ ଓ ପଦ ପଦବୀରେ ଥିବା ଲୋକ ପାଇଁ ଆଉ ଗୋଟେ ଆଇନ ଆମେ ପ୍ରଥମଥର ଦେଖୁଛୁ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post