ଏଏସ୍ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ମାଡ଼ ମାରିବା ଘଟଣାରେ ବିଜେଡି ରାଜ୍ୟ ସରକାରଙ୍କୁ ଘେରିଛି। ମଙ୍ଗଳବାର ଲେଖାଶ୍ରୀ ସାମନ୍ତସିଂହାର ଖବରଦାତା ସମ୍ମିଳନୀ କରି ରାଜ୍ୟସରକାରଙ୍କୁ ଘେରିବା ସହିତ ସିଧାସଳଖ ଓଡ଼ିଆ ଅସ୍ମିତା ପ୍ରସଙ୍ଗ ଉଠାଇଛନ୍ତି। ସେ ରାଜ୍ୟପାଳଙ୍କ ପୁଅଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି କରିଛନ୍ତି ।ସେ କହିଛନ୍ତି, ପୁରୀ ରାଜଭବନରେ ଏଏସ୍ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ମାଡ଼ ମାରିବା ଘଟଣାର ୧୦ ଦିନ ହେଲାଣି, ପରେବି ରାଜ୍ୟ ସରକାର କୌଣସି କାର୍ଯ୍ୟାନୁଷ୍ଠାନ ନେଉ ନାହାନ୍ତି। ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ, ଦୁଃଖଦାୟକ ଓ ହୃଦୟ ବିଦାରକ । ରାଜ୍ୟ ସରକାର ଓଡ଼ିଆ ଅସ୍ମିତା ମୁଣ୍ଡେଇବାର ନାଟକ କରୁଛନ୍ତି । ଯଦି ମୋହନ ସରକାରର ଆନ୍ତରିକତା ଥାନ୍ତା, ତେବେ ସେ କାର୍ଯ୍ୟାନୁଷ୍ଠାନ ନେଇଥାନ୍ତେ ।ସେ ଆହୁରି ମଧ୍ୟ କହିଛନ୍ତି, ଜଣେ ଅଣ ଓଡ଼ିଆ ଲୋକ ଓଡିଆଙ୍କୁ ନିସ୍ତୁକ ମାଡ଼ ମାରୁଛନ୍ତି । ସର୍ବଭାରତୀୟ ସ୍ତରରେ ଓଡ଼ିଶା ନିନ୍ଦିତ ହେଉଛି । ଗଣମାଧ୍ୟମରେ ଏହି ଖବର ଶିରୋନାମା ପାଲଟିଛି, ହେଲେ ରାଜ୍ୟ ସରକାର କିନ୍ତୁ ଏ ସମ୍ପର୍କରେ ପୂରା ନିରବ ରହିଛନ୍ତି । ଆଇନ ସମସ୍ତଙ୍କ ପାଇଁ ସମାନ, ହେଲେ ଗରିବ ଲୋକ ପାଇଁ ଗୋଟେ ଆଇନ ଓ ପଦ ପଦବୀରେ ଥିବା ଲୋକ ପାଇଁ ଆଉ ଗୋଟେ ଆଇନ ଆମେ ପ୍ରଥମଥର ଦେଖୁଛୁ ।
Trending
- ମୋଦୀଙ୍କୁ ଭୋଟ ଚୋର କହିଲେ ରାହୁଲ
- ପ୍ରଥମ ରାଷ୍ଟ୍ରପତି ଭାବେ ରାଫେଲରୁ ଉଡାଣ ଭରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁମୁଁ
- ୧୯୯୯ ମହାବାତ୍ୟାକୁ ପୂରିଲା ୨୬ ବର୍ଷ
- ସାମୁଦ୍ରିକ ଝଡ଼ ‘ମନ୍ଥା’ : ଓଡ଼ିଶା ପାଇଁ ଟଳିଗଲା ବିପଦ
- ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି , ରାତି ୧୨ଟା ସୁଦ୍ଧା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହେବ
- ୮ମ ବେତନ କମିଶନକୁ ଅନୁମୋଦନ
- ଜିରୋ କାଜୁଆଲିଟି ସରକାରଙ୍କ ଲକ୍ଷ୍ୟ , ପ୍ରଥମ ଓ ଦ୍ୱିତୀୟ ଦିନରେ ୫ଟି ଜିଲ୍ଲା ପ୍ରଭାବିତ ହେବ – ମୁଖ୍ୟମନ୍ତ୍ରୀ
- ଭୟ ନକରି ସତର୍କ ରୁହନ୍ତୁ, ଆମେ ଏକାଠି ବାତ୍ୟାର ମୁକାବିଲା କରିବା – ନବୀନ
- ଛଠ ପୂଜା କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି
Prev Post
Next Post