ଭୁବନେଶ୍ୱର: ରାଜ୍ୟରେ ବିଜେପିର ସାଙ୍ଗଠନିକ ସ୍ଥିତିକୁ ଆହୁରି ସୁଦୃଢ଼ କରିବା ପାଇଁ ଭାରତୀୟ ଜନତା ପାର୍ଟି ଶିବିରରେ ତତ୍ପରତା ପ୍ରକାଶ ପାଇଛି। ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଦଳର ବରିଷ୍ଠ ନେତୃବୃନ୍ଦଙ୍କୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଦଳର ଆଗାମୀ କାର୍ଯ୍ୟପନ୍ଥା ଏବଂ ନୂଆ ରଣନୀତି ଉପରେ ବ୍ୟାପକ ଆଲୋଚନା କରାଯାଇଛି। ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟ ଭାଜପାର ୪ ଜଣ ସାଧାରଣ ସମ୍ପାଦକ ସାମିଲ ହୋଇଥିଲେ। ଏଥିସହିତ ସଂଗଠନ ମହାମନ୍ତ୍ରୀ ମାନସ ମହାନ୍ତି ମଧ୍ୟ ଆଲୋଚନାରେ ଭାଗ ନେଇଥିଲେ। ବିଶେଷ କରି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏବଂ ସହ-ପ୍ରଭାରୀ ଲତା ଉସେଣ୍ଡି ଉପସ୍ଥିତି ଥିଲେ । ସୂଚନା ଅନୁସାରେ ଦଳର ସାଙ୍ଗଠନିକ ଭିତ୍ତିଭୂମିକୁ ତୃଣମୂଳ ସ୍ତରରୁ ମଜଭୁତ କରିବା ପାଇଁ ଏହି ବୈଠକରେ ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି। ପଞ୍ଚାୟତ ଓ ବୁଥ୍ ସ୍ତରରେ ଦଳର ସ୍ଥିତି ପରଖିବା ସହ କର୍ମକର୍ତ୍ତାଙ୍କୁ ସକ୍ରିୟ କରିବା ପାଇଁ ରଣନୀତି ପ୍ରସ୍ତୁତ ହୋଇଛି। କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନାକୁ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ଆଗାମୀ ଦିନରେ କି ପ୍ରକାର କାର୍ଯ୍ୟକ୍ରମ ହାତକୁ ନିଆଯିବ, ସେ ନେଇ ଚୂଡ଼ାନ୍ତ ରୂପରେଖ ପ୍ରସ୍ତୁତ କରିବା ପାଇଁ ଯୋଜନା ହେଉଛି । ପରିବର୍ତ୍ତିତ ରାଜନୈତିକ ପରିବେଶରେ ବିରୋଧୀଙ୍କୁ କାଉଣ୍ଟର କରିବା ଏବଂ ଶାସକ ଦଳ ଭାବେ ଲୋକଙ୍କ ଆଶା ଆକାଂକ୍ଷାକୁ ପୂରଣ କରିବା ପାଇଁ ଭାଜପା ଏକ ସ୍ୱତନ୍ତ୍ର ରଣନୀତି ଉପରେ କାର୍ଯ୍ୟ କରୁଛି। ପ୍ରଭାରୀ ଓ ସହ-ପ୍ରଭାରୀମାନେ ରାଜ୍ୟର ସାମ୍ପ୍ରତିକ ସ୍ଥିତି ସମ୍ପର୍କରେ ନେତାମାନଙ୍କ ଠାରୁ ଫିଡ୍ବ୍ୟାକ୍ ନେବା ସହ ଆଗାମୀ ବଡ଼ କାର୍ଯ୍ୟକ୍ରମଗୁଡ଼ିକ ପାଇଁ ଗୁରୁମନ୍ତ୍ର ଦେଇଛନ୍ତି।
Trending
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ