ଭୁବନେଶ୍ୱର: ରାଜ୍ୟରେ ବିଜେପିର ସାଙ୍ଗଠନିକ ସ୍ଥିତିକୁ ଆହୁରି ସୁଦୃଢ଼ କରିବା ପାଇଁ ଭାରତୀୟ ଜନତା ପାର୍ଟି ଶିବିରରେ ତତ୍ପରତା ପ୍ରକାଶ ପାଇଛି। ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଦଳର ବରିଷ୍ଠ ନେତୃବୃନ୍ଦଙ୍କୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଦଳର ଆଗାମୀ କାର୍ଯ୍ୟପନ୍ଥା ଏବଂ ନୂଆ ରଣନୀତି ଉପରେ ବ୍ୟାପକ ଆଲୋଚନା କରାଯାଇଛି। ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟ ଭାଜପାର ୪ ଜଣ ସାଧାରଣ ସମ୍ପାଦକ ସାମିଲ ହୋଇଥିଲେ। ଏଥିସହିତ ସଂଗଠନ ମହାମନ୍ତ୍ରୀ ମାନସ ମହାନ୍ତି ମଧ୍ୟ ଆଲୋଚନାରେ ଭାଗ ନେଇଥିଲେ। ବିଶେଷ କରି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏବଂ ସହ-ପ୍ରଭାରୀ ଲତା ଉସେଣ୍ଡି ଉପସ୍ଥିତି ଥିଲେ । ସୂଚନା ଅନୁସାରେ ଦଳର ସାଙ୍ଗଠନିକ ଭିତ୍ତିଭୂମିକୁ ତୃଣମୂଳ ସ୍ତରରୁ ମଜଭୁତ କରିବା ପାଇଁ ଏହି ବୈଠକରେ ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି। ପଞ୍ଚାୟତ ଓ ବୁଥ୍ ସ୍ତରରେ ଦଳର ସ୍ଥିତି ପରଖିବା ସହ କର୍ମକର୍ତ୍ତାଙ୍କୁ ସକ୍ରିୟ କରିବା ପାଇଁ ରଣନୀତି ପ୍ରସ୍ତୁତ ହୋଇଛି। କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନାକୁ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ଆଗାମୀ ଦିନରେ କି ପ୍ରକାର କାର୍ଯ୍ୟକ୍ରମ ହାତକୁ ନିଆଯିବ, ସେ ନେଇ ଚୂଡ଼ାନ୍ତ ରୂପରେଖ ପ୍ରସ୍ତୁତ କରିବା ପାଇଁ ଯୋଜନା ହେଉଛି । ପରିବର୍ତ୍ତିତ ରାଜନୈତିକ ପରିବେଶରେ ବିରୋଧୀଙ୍କୁ କାଉଣ୍ଟର କରିବା ଏବଂ ଶାସକ ଦଳ ଭାବେ ଲୋକଙ୍କ ଆଶା ଆକାଂକ୍ଷାକୁ ପୂରଣ କରିବା ପାଇଁ ଭାଜପା ଏକ ସ୍ୱତନ୍ତ୍ର ରଣନୀତି ଉପରେ କାର୍ଯ୍ୟ କରୁଛି। ପ୍ରଭାରୀ ଓ ସହ-ପ୍ରଭାରୀମାନେ ରାଜ୍ୟର ସାମ୍ପ୍ରତିକ ସ୍ଥିତି ସମ୍ପର୍କରେ ନେତାମାନଙ୍କ ଠାରୁ ଫିଡ୍ବ୍ୟାକ୍ ନେବା ସହ ଆଗାମୀ ବଡ଼ କାର୍ଯ୍ୟକ୍ରମଗୁଡ଼ିକ ପାଇଁ ଗୁରୁମନ୍ତ୍ର ଦେଇଛନ୍ତି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ