ଆଜି ବିଜେଡିକୁ ଆଉ ଏକ ବଡ଼ ଝଟ୍କା ଲାଗିଛି। ରାଜ୍ୟସଭା ସାଂସଦ ପଦରୁ ମମତା ମହାନ୍ତ ଇସ୍ତଫା ଦେଇଛନ୍ତି। ଏହା ସହ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇ ଦଳ ସହ ସବୁ ସମ୍ପର୍କ ଛିନ୍ନ କରିଛନ୍ତି। ମମତାଙ୍କ ଇସ୍ତଫା ରାଜ୍ୟ ରାଜନୀତିରେ ଆଲୋଡ଼ନ ସୃଷ୍ଟି କରିଛି। ରାଜ୍ୟରେ ଏକ ବଡ଼ ଧରଣର ରାଜନୈତିକ ଝଡ଼ର ଏହା ପ୍ରାକ୍ ସୂଚନା ବୋଲି ଅନୁମାନ କରାଯାଉଛି। ଆଜି ଅପରାହ୍ନରେ ଶ୍ରୀମତୀ ମହାନ୍ତଙ୍କ ଇସ୍ତଫା ସମ୍ପର୍କରେ ରାଜ୍ୟସଭାରେ ଅଧ୍ୟକ୍ଷ ଜଗଦୀପ ଧନକଡ଼ ସୂଚନା ଦେଇଥିଲେ। ସେ ମମତାଙ୍କ ଇସ୍ତଫା ଗ୍ରହଣ କରିଛନ୍ତି ବୋଲି ଅବଗତ କରାଇଥିଲେ। ଅଧ୍ୟକ୍ଷଙ୍କ ଏହି ଘୋଷଣା ବିଜେଡି ସାଂସଦମାନଙ୍କୁ ବି ଚକିତ କରିଦେଇଥିଲା। ଆଜି ଦିନତମାମ ଦଳର ସାଂସଦମାନେ ଏ ସମ୍ପର୍କରେ ସୁରାକ୍ ପାଇ ନଥିଲେ। ଆଜି ମମତା ରାଜ୍ୟସଭାକୁ ଆସି ନଥିଲେ। କିନ୍ତୁ ସଂସଦ ପରିସରରେ କିଛି ସଦସ୍ୟଙ୍କ ସହ ସେ ଫଟୋ ଉଠାଉଥିବା ଦେଖିବାକୁ ମିଳିଥିଲା। ଗତକାଲି ସଂସଦ ଭବନରେ ଥିବା ବିଜେଡି କାର୍ଯ୍ୟାଳୟରେ ରାଜ୍ୟସଭା ବିଜେଡି ସାଂସଦଙ୍କ ବୈଠକରେ ମଧ୍ୟ ସେ ଯୋଗ ଦେଇ ନଥିଲେ। ମମତା ରାଜ୍ୟସଭା ସଦସ୍ୟ ଭାବେ ୨୦୨୦ ଏପ୍ରିଲ୍ ୩ ତାରିଖରେ ନିର୍ବାଚିତ ହୋଇଥିଲେ। କାର୍ଯ୍ୟକାଳ ଶେଷ ହେବାର ୨୧ ମାସ ପୂର୍ବରୁ ସେ ଇସ୍ତଫା ଦେଇଛନ୍ତି। ତାଙ୍କର ଇସ୍ତଫା ପରେ ରାଜ୍ୟସଭାରେ ବିଜେଡି ସାଂସଦଙ୍କ ସଂଖ୍ୟା ୮କୁ ଖସିଛି।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post