ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ଓଡ଼ିଶା ସମେତ ୯ଟି ରାଜ୍ୟରେ ରାଜ୍ୟ ସଭା ଉପନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ସଭା ଏମ୍ପି ପଦରୁ ମମତା ମହାନ୍ତ ଇସ୍ତଫା ଦେବା ପରେ ତାଙ୍କ ସ୍ଥାନରେ ରାଜ୍ୟ ସଭାକୁ କିଏ ଯିବେ ସେନେଇ ଜୋର୍ଦାର ଚର୍ଚ୍ଚା ଚାଲିଛି। ଏହା ମଧ୍ୟରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ନାଁ ବେଶ୍ ଚର୍ଚ୍ଚା ହେଉଛି।ଅନ୍ୟପକ୍ଷରେ ମନମୋହନ ସାମଲ କହିଛନ୍ତି, ଯାହା କେନ୍ଦ୍ରୀୟ ନେତୃତ୍ୱ ନିଷ୍ପତ୍ତି ନେବେ ସେ ଅନୁସାରେ କାର୍ଯ୍ୟ ହେବ। ସେ କହିଛନ୍ତି, ଗଣମାଧ୍ୟମରେ ଯାହା ଚର୍ଚ୍ଚା ହୁଏ, ସେଥିରେ କିଛି ନାହିଁ। ବିଧାୟକ, ଲୋକ ସଭା ପ୍ରାର୍ଥୀ ରାଜ୍ୟ ସଭା ହେଉ କି ଲୋକ ସଭା ସବୁକିଛି ଦିଲ୍ଲୀରେ କେନ୍ଦ୍ରୀୟ କମିଟି ନିଷ୍ପତ୍ତି ନେବ।ସେହିପରି ଭାଜପାର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ଦିଲ୍ଲୀପ ରାୟ ଏବଂ ମମତା ମଧ୍ୟ ରାଜ୍ୟ ସଭା ପ୍ରାର୍ଥୀ ହୋଇପାରନ୍ତି ବୋଲି ରାଜନୈତିକ ମହଲରେ ବେଶ୍ ଚର୍ଚ୍ଚା ହେଉଛି। ତେବେ ଦେଖାଯାଉ କେନ୍ଦ୍ରୀୟ କମିଟି କାହା ନାଁରେ ମୋହର ମାରୁଛି।
Trending
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
Prev Post
Next Post