ରାୟଗଡ଼ା ଓ ଝାରସୁଗୁଡ଼ା ଜିଲ୍ଲାରେ ଆମ ଓଡିଶା ନବୀନ ଓଡିଶାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାୟଗଡ଼ା ଜିଲ୍ଲାର ୧୧ଟି ବ୍ଲକରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନ୍ତର୍ଗତ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାୟଗଡ଼ା ତେଜସ୍ଵୀ ହୋଟେଲ ପଡ଼ିଆରେ ଏକ ସଭା ଆୟୋଜନ ହୋଇଥିଲା । ଏଥିରେ ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଯୋଗଦେଇ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଛନ୍ତି । ରାୟଗଡ଼ା ଜିଲ୍ଲାରେ ୨ ହଜାର ୬୧୩ଟି ପ୍ରକଳ୍ପ ପାଇଁ ୯୧ କୋଟି ଟଙ୍କା ଅନୁଦାନ ମଞ୍ଜୁର ହୋଇଛି । ରାୟଗଡ଼ା ବ୍ଲକର ୩୭୯ଟି ପ୍ରକଳ୍ପ ପାଇଁ ୧୪ କୋଟି, ସଦର ବ୍ଲକ ସମେତ ବିଷମକଟକ, କୋଲନରା, ମୁନିଗୁଡ଼ା, ଗୁଣୁପୁର, ପଦ୍ମପୁର, ଚନ୍ଦ୍ରପୁର, ଗୁଡ଼ାରି ଓ ଅନ୍ୟ ସମସ୍ତ ବ୍ଲକ ପାଇଁ ବିଭିନ୍ନ ଉନ୍ନୟନ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି । ବିଷମକଟକର ପାତାଳେଶ୍ୱର ମନ୍ଦିର ପାଇଁ ୨ ଦଶମିକ ୧୪ କୋଟି, ନେଳିଆବନ୍ଧ ପାଇଁ ୨ କୋଟି ୯୫ ଲକ୍ଷ ସମେତ ଜିଲ୍ଲାର ବହୁ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
Trending
- ଆଜି ମୁଣ୍ଡୁଳିରେ ପହଞ୍ଚିବ ହୀରାକୁଦ ପାଣି
- ଆଜି ଠୁ ରାଜ୍ୟବ୍ୟାପୀ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ
- ରଥ ଉପରେ ଭାଙ୍ଗିଲା ଅଧର ହାଣ୍ଡି
- ହାତୀ ପୁଣି ଥରେ ମନମୋହନ ସାମଲଙ୍କ ମୁଣ୍ଡ ଉପରେ ସୁନା କଳସ ଢାଳିଛି,ନିର୍ବିବାଦୀୟ ଭାବରେ ରାଜ୍ୟ ବିଜେପି ସଭାପତି ହୋଇଛନ୍ତି
- ବନ ଓ ପ୍ରାଣୀ ସମ୍ପଦର ସୁରକ୍ଷା ପାଇଁ ବିଭିନ୍ନ ପୁରସ୍କାରର ପୁନର୍ବିନ୍ୟାସ କଲେ ସରକାର
- ଆଜି ୯୦ ବର୍ଷ ବୟସରେ ପଦାର୍ପଣ କଲେ ତିବ୍ଦତୀୟ ବୌଦ୍ଧ ଧର୍ମାବଲମ୍ବୀଙ୍କ ଆଧ୍ୟାତ୍ମିକ ନେତା ଦଲାଇ ଲାମା
- ଳିତବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିଲା ହୀରାକୁଦ
- ପୁରୀ ହେବ ‘ପୁରୀ ମହାନଗର ନିଗମ’ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଉଚ୍ଚ ଅଦାଲତକୁ ଗଲେ ଜଗା ପ୍ରଧାନ
- ଭୋଟର ତାଲିକାରୁ ବାଦ ପଡ଼ିପାରନ୍ତି 2 କୋଟି ଭୋଟର
Prev Post
Next Post