ଆସନ୍ତା ମାସରେ ଦେଶର ୫ଟି ରାଜ୍ୟରେ ପର୍ଯ୍ୟାୟକ୍ରମେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ । ୨୫ ତାରିଖରେ ରାଜସ୍ଥାନର ୨୦୦ଟି ଆସନ ପାଇଁ ମତଦାନ ଗ୍ରହଣ କରାଯିବ । ଗତ ବିଧାନସଭା ନିର୍ବାଚନରେ କଂଗ୍ରେସ ସରକାର ଗଠନ କରିଥିବା ବେଳେ ଏଥର କ୍ଷମତା କାଏମ୍ ରଖିବା ପାଇଁ ଦଳ ପ୍ରୟାସ ଜାରି ରଖିଛି । ସେହିପରି ଆସନ୍ତା ବର୍ଷ ଲୋକସଭା ନିର୍ବାଚନ ହେବାକୁ ଯାଉଥିବା ବେଳେ ତା’ ପୂର୍ବରୁ ବିଜେପି ରାଜସ୍ଥାନ ଦଖଲ ପ୍ରୟାସ ଜାରି ରହିଛି ।ତେବେ ଏହା ମଧ୍ୟରେ ବିଜେପି ୪୦ ଜଣିଆ ତାରକା ପ୍ରଚାରକଙ୍କ ତାଲିକା ଘୋଷଣା କରିଛି । ଏହି ତାଲିକାରେ ଓଡ଼ିଆ ପୁଅ ତଥା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସ୍ଥାନ ମିଳିଛି । ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ଧର୍ମେନ୍ଦ୍ର ରାଜସ୍ଥାନର ଭୋଟରଙ୍କ ନିକଟରେ ଭୋଟ ଭିକ୍ଷା କରିବେ । ଦଳ ପ୍ରତି ସିଟରେ ନିର୍ବାଚନୀ ସଭାର ଆୟୋଜନ କରିବ । ତାଲିକାର ପ୍ରଥମ ନମ୍ବରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଦ୍ୱିତୀୟ ସ୍ଥାନରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ରହିଛନ୍ତି । ୧୧ ନମ୍ବରରେ ଧର୍ମେନ୍ଦ୍ର ରହିଛନ୍ତି ।
Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
Prev Post
Next Post