ଆସନ୍ତା ମାସରେ ଦେଶର ୫ଟି ରାଜ୍ୟରେ ପର୍ଯ୍ୟାୟକ୍ରମେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ । ୨୫ ତାରିଖରେ ରାଜସ୍ଥାନର ୨୦୦ଟି ଆସନ ପାଇଁ ମତଦାନ ଗ୍ରହଣ କରାଯିବ । ଗତ ବିଧାନସଭା ନିର୍ବାଚନରେ କଂଗ୍ରେସ ସରକାର ଗଠନ କରିଥିବା ବେଳେ ଏଥର କ୍ଷମତା କାଏମ୍ ରଖିବା ପାଇଁ ଦଳ ପ୍ରୟାସ ଜାରି ରଖିଛି । ସେହିପରି ଆସନ୍ତା ବର୍ଷ ଲୋକସଭା ନିର୍ବାଚନ ହେବାକୁ ଯାଉଥିବା ବେଳେ ତା’ ପୂର୍ବରୁ ବିଜେପି ରାଜସ୍ଥାନ ଦଖଲ ପ୍ରୟାସ ଜାରି ରହିଛି ।ତେବେ ଏହା ମଧ୍ୟରେ ବିଜେପି ୪୦ ଜଣିଆ ତାରକା ପ୍ରଚାରକଙ୍କ ତାଲିକା ଘୋଷଣା କରିଛି । ଏହି ତାଲିକାରେ ଓଡ଼ିଆ ପୁଅ ତଥା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସ୍ଥାନ ମିଳିଛି । ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ଧର୍ମେନ୍ଦ୍ର ରାଜସ୍ଥାନର ଭୋଟରଙ୍କ ନିକଟରେ ଭୋଟ ଭିକ୍ଷା କରିବେ । ଦଳ ପ୍ରତି ସିଟରେ ନିର୍ବାଚନୀ ସଭାର ଆୟୋଜନ କରିବ । ତାଲିକାର ପ୍ରଥମ ନମ୍ବରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଦ୍ୱିତୀୟ ସ୍ଥାନରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ରହିଛନ୍ତି । ୧୧ ନମ୍ବରରେ ଧର୍ମେନ୍ଦ୍ର ରହିଛନ୍ତି ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post