ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀ ରାଷ୍ଟ୍ରପତିଙ୍କ ନିର୍ବାଚନ ପାଇଁ ଆଜି ମତଦାନ ଅନୁଷ୍ଠିତ ହୋଇଯାଇଛି । ସଂସଦ ଭବନ ସମେତ ୩୦ଟି ରାଜ୍ୟ ବିଧାନସଭାରେ ଭୋଟ୍ ଗ୍ରହଣ କରାଯାଇଥିଲା । ଏଥିରେ ଏନସିଟି ଦିଲ୍ଲୀ ଏବଂ ପୁଡୁଚେରୀ କେନ୍ଦ୍ର ଶାସିତ ପ୍ରଦେଶ ସାମିଲ ରହିଛି । ଭାରତୀୟ ଗଣତନ୍ତ୍ରରେ ରାଷ୍ଟ୍ରପତିଙ୍କ ନିର୍ବାଚନ ସବୁଠୁ ଗୁରୁତ୍ବପୂର୍ଣ୍ଣ ଭାବେ ବିବେଚିତ ହୋଇଥାଏ । ସମ୍ବିଧାନର ଅନୁଚ୍ଛେଦ ୩୨୪ରେ ପ୍ରଦତ୍ତ ବ୍ୟବସ୍ଥା ଅନୁଯାୟୀ ଭାରତର ନିର୍ବାଚନ ଆୟୋଗ ସମ୍ପୂର୍ଣ୍ଣ ଗୋପନୀୟ, ମୁକ୍ତ, ସ୍ବଚ୍ଛ ଭାବେ ରାଷ୍ଟ୍ରପତି ନିର୍ବାଚନର ମତଦାନ ସମାପନ କରିଛନ୍ତି । ଷୋଡ଼ଶ ରାଷ୍ଟ୍ରପତି ନିର୍ବାଚନ ପାଇଁ ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଏବଂ ଶ୍ରୀ ଯଶୱନ୍ତ ସିହ୍ନାଙ୍କ ମଧ୍ୟରେ ମୁକାବିଲା ହୋଇଥିଲା । ୩୧ଟି ସ୍ଥାନରେ ସକାଳ ୧୦ଟା ଠାରୁ ଅପରାହ୍ଣ ୫ଟା ପର୍ଯ୍ୟନ୍ତ ଭୋଟ୍ ଗ୍ରହଣ କରାଯାଇଥିଲା।ସମ୍ବିଧାନର ଅନୁଚ୍ଛେଦ ୫୪ ଅନୁଯାୟୀ, ଭାରତର ରାଷ୍ଟ୍ରପତି ଇଲେକ୍ଟୋରାଲ କଲେଜର ସଦସ୍ୟମାନଙ୍କ ଦ୍ବାରା ନିର୍ବାଚିତ ହୋଇଥାନ୍ତି । ଏମାନଙ୍କ ମଧ୍ୟରେ ରହିଛନ୍ତି ସଂସଦର ଉଭୟ ସଦନର ନିର୍ବାଚିତ ସଦସ୍ୟ ଏବଂ ସବୁ ରାଜ୍ୟର ବିଧାନସଭାର ନିର୍ବାଚିତ ସଦସ୍ୟ । ଜାତୀୟ ରାଜଧାନୀ କ୍ଷେତ୍ର ଦିଲ୍ଲୀ ଏବଂ ପୁଡୁଚେରୀ କେନ୍ଦ୍ର ଶାସିତ ପ୍ରଦେଶ ବିଧାନସଭାର ନିର୍ବାଚିତ ବିଧାୟକମାନେ ମଧ୍ୟ ଏମାନଙ୍କ ମଧ୍ୟରେ ସାମିଲ ରହିଛନ୍ତି । ବିଧାନସଭା କିମ୍ବା ସଂସଦକୁ ମନୋନିତ ହୋଇଥିବା ସଦସ୍ୟମାନଙ୍କର ଭୋଟ୍ ଦେବାର ଅଧିକାର ନଥାଏ ।
Trending
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
- ସ୍ବଦେଶୀ ନିର୍ମିତ ପ୍ରଥମ ହାଇଡ୍ରୋଜେନ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
- ସାମାଜିକ କର୍ମୀ ତଥା ଜଳବାୟୁ ଶିକ୍ଷାବିତ୍ ସୋନମ ୱାଙ୍ଗଚୁକଙ୍କ ଅନଶନ ୨୦ ଦିନରେ ପହଞ୍ଚିଛି
- ଶେଷ ହେଲା ରଥ ଟଣା, ଶ୍ରୀକ୍ଷେତ୍ର ପୁରୀର ଶରଧାବାଲିରେ ପହଞ୍ଚିଛି ତିନି ରଥ
Prev Post