ବିଧାନସଭା ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡ଼ି । ଷଷ୍ଠ ପର୍ଯାୟରେ ୯ ଜଣଙ୍କ ନାଁ ଘୋଷଣା କଲା ବିଜେଡ଼ି । ବଡ଼ଚଣାରୁ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ଟିକେଟ ଦେଇ ସରପ୍ରାଇଜ୍ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ୨ ଦିନ ତଳେ ବିଜେଡ଼ିରେ ଯୋଗ ଦେଇଥିଲେ ବର୍ଷା ପ୍ରିୟଦର୍ଶିନୀ । ସେହିପରି ଚିଲିକାରୁ ରଘୁନାଥ ସାହୁ, ଆନନ୍ଦପୁରରୁ ଅଭିମନୁ ସେଠୀ, କେନ୍ଦ୍ରାପଡ଼ାରୁ ଗଣେଶ୍ୱର ବେହେରା, କରଞ୍ଜିଆରୁ ବାସନ୍ତି ହେମବ୍ରମ୍, ସାରସକଣାରୁ ଦେବାଶିଷ ମାର୍ଣ୍ଡି, ଚମ୍ପୁଆରୁ ସନାତନ ମହାକୁଡ, ରେମୁଣାରୁ ବିଦ୍ୟାସ୍ମିତା ମାହାଳିକ ଏବଂ ସିିମୁଳିଆରୁ ସୁଭାସିନୀ ସାହୁ ବିଧାନସଭା ପ୍ରାର୍ଥୀ ହୋଇଛନ୍ତି । ଅପରପକ୍ଷରେ ୫ ଜଣ ବିଧାୟକଙ୍କୁ ବିଜେଡ଼ିରେ ଟିକେଟ ମିଳିଲାନି । ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ, ସିମୁଳିଆ ବିଧାୟକ ଜ୍ୟୋତି ପାଣିଗ୍ରାହୀ, ବଡ଼ଚଣାର ବରିଷ୍ଠ ବିଧାୟକ ଅମର ଶତପଥୀ, ଚମ୍ପୁଆ ବିଧୟକ ମିନାକ୍ଷୀ ମହାନ୍ତ ଏବଂ କେନ୍ଦ୍ରାପଡ଼ା ବିଧାୟକ ଶଶି ବେହେରା ।ବିଜେଡି ଏପର୍ଯ୍ୟନ୍ତ ୧୩୫ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିସାରିଥିବା ବେଳେ ୧୨ଟି ଆସନରେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିନାହିଁ । ଏପଟେ ବିଜେପି ୧୬ଟି ଆସନରେ ନାଁ ଘୋଷଣା କରିନି ।
Trending
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
- ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ