ଭୁବନେଶ୍ୱର, : ଖୋର୍ଦ୍ଧା ବାଘମାରୀରେ ନାବାଳିକା ଅପହରଣ ଓ ଗଣଦୁଷ୍କର୍ମ ଘଟଣାକୁ ନେଇ ସରକାର ଉପରେ ବର୍ଷିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏକ୍ସରେ ନବୀନ ଲେଖିଛନ୍ତି – ‘‘ଖୋର୍ଦ୍ଧା ବାଘମାରୀରେ ନାବାଳିକାଙ୍କୁ ଅପହରଣ ଏବଂ ଗଣଦୁଷ୍କର୍ମ ଘଟଣା ଅତ୍ୟନ୍ତ ସ୍ପର୍ଶକାତର ଏବଂ ହୃଦୟବିଦାରକ। ସେହିପରି ଭଦ୍ରକ ଅରଞ୍ଜିରେ ମା’ର ମୃତ୍ୟୁ ପରେ କିସ୍ତି ଟଙ୍କା ପାଇଁ ଜଣେ ଯୁବତୀଙ୍କୁ ଗାଁ ଦାଣ୍ଡରେ ଏସଏଚଜିର ମହିଳାମାନେ ନିସ୍ତୁକ ମାଡ଼ ମାରିବା ପରି ଘଟଣା ସଭ୍ୟ ସମାଜରେ କଦାପି ଗ୍ରହଣୀୟ ନୁହେଁ। ବିଜୁ ଜନତା ଦଳର ସରକାର ସମୟରେ ମିଶନ ଶକ୍ତି ଜରିଆରେ ମା’ମାନେ ସଫଳତାର ସିଡ଼ି ଚଢୁଥିଲେ, ନିଜର ପରିଚୟ ସୃଷ୍ଟି କରୁଥିଲେ। ହେଲେ ବିଜେପି ସରକାରରେ ମା’ମାନେ ସବୁଠୁ ଅସୁରକ୍ଷିତ ହୋଇପଡିଛନ୍ତି, ବିକାଶ ଠପ୍ ହୋଇଛି । ଦିନକୁ ଦିନ ଓଡ଼ିଶାରେ ମହିଳାମାନଙ୍କ ଉପରେ ବଢ଼ୁଥିବା ଅତ୍ୟାଚାର ଏବଂ ଦୁଷ୍କର୍ମ ପରି ଘଟଣା ସମସ୍ତଙ୍କୁ ବିଚଳିତ କରିଦେଉଛି। ସରକାର ନିଦରୁ ଉଠନ୍ତୁ, ଦୋଷୀଙ୍କ ବିରୋଧରେ ତୁରନ୍ତ କଠୋରରୁ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ’’।
Trending
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
- ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ସ୍କୁଲ ଆସିବା-ଯିବା କିମ୍ବା ପରିସରରେ ଛାତ୍ରଛାତ୍ରୀଙ୍କ ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ସହାୟତା ଘୋଷଣା କଲେ ରାଜ୍ୟ ସରକାର
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ
- ଆସନ୍ତାକାଲି ମିଳିବ ସିଏମ୍-କିଷାନ ଯୋଜନାର ପଞ୍ଚମ କିସ୍ତି,ରାଜ୍ୟର ୪୧ ଲ୪ରୁ ଉର୍ଦ୍ଧ କୃଷକ ପରିବାର ଉପକୃତ ହେବେ
- ଭିତରକନିକାରେ ତିନି ଦିନ ଧରି ପକ୍ଷୀ ଗଣନା ଚାଲିବ,ସକାଳ ୬ରୁ ଦିନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା