୫ଟି ରାଜ୍ୟର ବିଧାନସଭା ନିର୍ବାଚନରେ ୩ଟି ରାଜ୍ୟରେ ବିଜେପି ବହୁମତ ହାସଲ କରିଥିଲା । ମଧ୍ୟପ୍ରଦେଶ, ରାଜସ୍ଥାନ ଓ ଛତିଶଗଡ଼ ବିଜେପି ବଡ଼ ସଫଳତା ହାସଲ କରିଥିବା ବେଳେ ସେହି ରାଜ୍ୟଗୁଡ଼ିକରେ କିଏ ମୁଖ୍ୟମନ୍ତ୍ରୀ ହେବ ତାହାକୁ ନେଇ ଏବେ କେନ୍ଦ୍ରୀୟ ନେତୃତ୍ୱ ଅଙ୍କ କଷୁଛନ୍ତି । ତେବେ ୨୦୨୪ ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଏଥର ବିଜେପି ବହୁ ସାଂସଦଙ୍କୁ ବିଧାନସଭା ନିର୍ବାଚନ ରଣାଙ୍ଗନକୁ ଓହ୍ଲାଇଥିଲା ।ତେବେ ଏହା ମଧ୍ୟରେ ବିଜେପିର କେନ୍ଦ୍ରୀୟ ନେତୃତ୍ୱ ଏକ ବଡ଼ ନିଷ୍ପତ୍ତି ଗ୍ରହଣ କରିଛି । ବିଧାନସଭା ନିର୍ବାଚନରେ ବିଧାୟକ ଭାବେ ଜିତିଥିବା ଦଳର ୧୨ ଜଣ ସାଂସଦ ନିଜର ସଦସ୍ୟତା ଛାଡ଼ିଛନ୍ତି । ଯେଉଁ ସାଂସମାନେ ବିଧାନସଭା ନିର୍ବାଚନରେ ବିଜୟ ହାସଲ କରିଥିଲେ ସେମାନେ ଏବେ ନିଜ ସାଂସଦ ପଦରୁ ଇସ୍ତଫା ଦେଇଥିବା ଜଣାପଡ଼ିଛି । ଆଗାମୀ ଲୋକସଭା ମେଗା ଫାଇଟକୁ ଦୃଷ୍ଟିରେ ରଖି ବିଜେପି ଏହି ନିଷ୍ପତ୍ତି ନେଇଥିବା କୁହାଯାଉଛି । ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ବଡ଼ ନିଷ୍ପତ୍ତି ନିଆଯାଇଛି ।ନିକଟରେ ସମାପ୍ତ ହୋଇଥିବା ମଧ୍ୟପ୍ରଦେଶ, ରାଜସ୍ଥାନ ଓ ଛତିଶଗଡ଼ ବିଧାନସଭା ନିର୍ବାଚନରେ ବିଜେପି ବହୁମତ ହାସଲ କରିବା ସହିତ ସରକାର ଗଠନ କରିବାକୁ ସକ୍ଷମ ହୋଇଛି । ଅନ୍ୟପକ୍ଷରେ ଦଳ ତେଲେଙ୍ଗାନାରେ ୮ଟି ଆସନରେ ଜିତିଥିଲା । ତେବେ ଏହି ୪ଟି ରାଜ୍ୟରେ ଦଳ ୨୧ ଜଣ ସାଂସଦଙ୍କୁ ଟିକେଟ ଦେଇଥିଲା । ସେମାନଙ୍କ ମଧ୍ୟରୁ ରାଜସ୍ଥାନ ଓ ମଧ୍ୟପ୍ରଦେଶରେ ୭-୭ ଜଣ ଲେଖାଏଁ ସାଂସଦ ନିର୍ବାଚନ ଲଢ଼ିଥିବା ବେଳେ ଛତିଶଗଡ଼ରେ ୪ ଜଣ ଓ ତେଲେଙ୍ଗାନାରେ ୩ ଜଣ ସାଂସଦଙ୍କୁ ଟିକେଟ୍ ଦିଆଯାଇଥିଲା । ଦଳର ହାଇକମାଣ୍ଡଙ୍କୁ ସାକ୍ଷାତ କରିବା ପରେ ସେମାନେ ନିଜ ନିଜର ସାଂସଦ ପଦରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଥିଲେ ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post