ଲୋକ ସଭା ନିର୍ବାଚନ ଶେଷ ହେବା ପରେ ନରେନ୍ଦ୍ର ମୋଦି କ୍ରମାଗତ ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ହୋଇଥିଲେ। ରବିବାର (୯ଜୁନ) ଶପଥ ଗ୍ରହଣ କରିବା ପରେ ସୋମବାର (୧୦ ଜୁନ) ରେ ସମସ୍ତ ମନ୍ତ୍ରୀଙ୍କ ମନ୍ତ୍ରଣାଳୟ ମଧ୍ୟ ବଣ୍ଟନ କରାଯାଇଥିଲା ଏବଂ ସରକାର ଏହାର କାର୍ଯ୍ୟ ଆରମ୍ଭ କରିଛନ୍ତି। ଏବେ ଲୋକସଭା ବାଚସ୍ପତି ନିର୍ବାଚନ ଉପରେ ସମସ୍ତଙ୍କ ନଜର ରହିଛି। ଏହାକୁ ନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏକ ବିଜ୍ଞପ୍ତି ଜାରି କରିଛନ୍ତି। ଏହି ନିର୍ବାଚନ ୨୬ଜୁନରେ ଅନୁଷ୍ଠିତ ହେବ।ରାଷ୍ଟ୍ରପତି ୨୭ରେ ସଂସଦର ଉଭୟ ଗୃହକୁ ସମ୍ବୋଧିତ କରିବେ। ସେହି ଦିନ ସକାଳ ୧୧ଟାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ହେବ । ଅର୍ଥାତ୍ ଏହାପୂର୍ବରୁ ସମସ୍ତ ନବ ନିର୍ବାଚିତ ଲୋକସଭା ଏମପିଙ୍କୁ ଶପଥ କରାଯିବା ସହିତ ନୂଆ ବାଚସ୍ପତି ମଧ୍ୟ ନିର୍ବାଚିତ ହେବେ। ଜୁନ ୨୪ ଏବଂ ୨୫ରେ, ପ୍ରୋଟେମ ସ୍ପିକର ନୂତନ ଏମପିଙ୍କୁ ଶପଥ ଗ୍ରହଣ କରାଇବେ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ