ଏଥର ୭୫ରୁ ଅଧିକ ସିଟରେ ବିଜେପିର ବିଧାନସଭା ପ୍ରାର୍ଥୀ ବିଜୟୀ ହେବେ। ସମ୍ବଲପୁର ଅଇଁଠାପାଲି ପିଏଚ୍ଡ଼ି ପଡ଼ିଆରେ ଆୟୋଜିତ ବିଶାଳ ଜନ ସମାବେଶରେ ଉଦବୋଧନ ଦେଇ ଏହା କହିଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ।ଅମିତ ଶାହ ଆହୁରି କହିଛନ୍ତି, ଦେଶରେ ପଞ୍ଚମ ପର୍ଯ୍ୟାୟରେ ମୋଦୀଙ୍କୁ ୩୧୦ ଆସନରେ ବିଜୟୀ ହୋଇସାରିଛି। ବାକି ପର୍ଯ୍ୟାୟରେ ୪୦୦ ପାର୍ ହେବା ନିଶ୍ଚିତ। ନବୀନ ବାବୁ ଓଡ଼ିଶାବାସୀଙ୍କୁ ଅପମାନିତ କରିଛନ୍ତି। ନବୀନ ବାବୁ ଓଡ଼ିଆ ଅସ୍ମିତାର ତଣ୍ଟି ଚିପିବାକୁ ଉଦ୍ୟମ କରିଛନ୍ତି। ଓଡ଼ିଶାବାସୀ ନବୀନ ବାବୁଙ୍କୁ ବହୁତ ସହିଲେଣି। ନବୀନ ବାବୁ କିଛି କରୁନାହାନ୍ତି, ତାଙ୍କ ବାବୁମାନେ ଶାସନ କରୁଛନ୍ତି। ଓଡ଼ିଶାରେ କୌଣସି ତାମିଲ ଲୋକ ଶାସନ କରିପାରିବେନି। ଓଡ଼ିଶାର ଶାସନ ଓଡ଼ିଶାର ସନ୍ତାନ ହିଁ କରିବେ। ୨୫ ବର୍ଷ ପରେ ଓଡ଼ିଶାର ସଂସ୍କୃତି ଉପରେ ବିଜେପି ସରକାର ହେବ। ଓଡ଼ିଶାରେ ସବୁ ଅଛି, କେବଳ ଜଣେ ପରିଶ୍ରମ କରିପାରୁଥିବା ମୁଖ୍ୟମନ୍ତ୍ରୀ ନାହାନ୍ତି। ବିଜେପି ସରକାର କଲେ ପରିଶ୍ରମ କରିପାରୁଥିବା ଜଣେ ଯୁବକଙ୍କୁ ମୁଖ୍ୟମନ୍ତ୍ରୀ କରାଯିବ।ସେ ଆହୁରି କହିଛନ୍ତି, ଓଡ଼ିଶାରେ ବିଜେପି ସରକାର ହେଲେ ଓଡ଼ିଆ ଭାଷାରେ ମେଡିକାଲ୍ ଶିକ୍ଷା ଦିଆଯିବ। ମୋଦୀ ପ୍ରତି ବ୍ୟକ୍ତିଙ୍କୁ ୫ କିଲୋ ଚାଉଳ ଦେଉଛନ୍ତି। ମୋଦୀ ଚାଉଳ ଦେଉଛନ୍ତି, ନବୀନ ବାବୁ ଫଟୋ ଲଗା ଅଖା ଦେଉଛନ୍ତି। ନବୀନ ବାବୁ ମନେ ରଖିବା ଦରକାର, ଅଖାରେ ଗରିବର ପେଟ ପୁରେ ନାହିଁ। ସାରା ଦେଶରେ ଓଡ଼ିଶା ସମୃଦ୍ଧ, ଓଡ଼ିଶା ଲୋକ କିନ୍ତୁ ଗରିବ। ନବୀନ ବାବୁଙ୍କ ଲୋକ ଓଡ଼ିଶାର ଖଣିଜ ସଂପଦ ଲୁଟି ଚାଲିଛନ୍ତି। ମୁଁ କଥା ଦେଉଛି, ବିଜେପି ସରକାର ଆସିଲେ ଖଣିଜ ସଂପଦର ସୁବିନିଯୋଗ ହେବ। ଓଡ଼ିଶାର ୧୫ ଲକ୍ଷ ଗରିବଙ୍କୁ ଆମେ ଘର ଦେବୁ। ୧୮ ମାସରେ ଚିଟ୍ଫଣ୍ଡର ସବୁ ଦୋଷୀଙ୍କୁ ଜେଲ୍ରେ ପୂରାଇବୁ। ଚିଟ୍ଫଣ୍ଡ ଦୋଷୀଙ୍କୁ ଜେଲ୍ରେ ପୂରାଇ ଲୋକଙ୍କୁ ପଇସା ଫେରାଇବୁ।
Trending
- କାଳ ବୈଶାଖି ପରେ ରାଜ୍ୟରେ ଉପରମୁହାଁ ପାରଦ
- ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ
- ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
Prev Post