ଏଥର ୭୫ରୁ ଅଧିକ ସିଟରେ ବିଜେପିର ବିଧାନସଭା ପ୍ରାର୍ଥୀ ବିଜୟୀ ହେବେ। ସମ୍ବଲପୁର ଅଇଁଠାପାଲି ପିଏଚ୍ଡ଼ି ପଡ଼ିଆରେ ଆୟୋଜିତ ବିଶାଳ ଜନ ସମାବେଶରେ ଉଦବୋଧନ ଦେଇ ଏହା କହିଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ।ଅମିତ ଶାହ ଆହୁରି କହିଛନ୍ତି, ଦେଶରେ ପଞ୍ଚମ ପର୍ଯ୍ୟାୟରେ ମୋଦୀଙ୍କୁ ୩୧୦ ଆସନରେ ବିଜୟୀ ହୋଇସାରିଛି। ବାକି ପର୍ଯ୍ୟାୟରେ ୪୦୦ ପାର୍ ହେବା ନିଶ୍ଚିତ। ନବୀନ ବାବୁ ଓଡ଼ିଶାବାସୀଙ୍କୁ ଅପମାନିତ କରିଛନ୍ତି। ନବୀନ ବାବୁ ଓଡ଼ିଆ ଅସ୍ମିତାର ତଣ୍ଟି ଚିପିବାକୁ ଉଦ୍ୟମ କରିଛନ୍ତି। ଓଡ଼ିଶାବାସୀ ନବୀନ ବାବୁଙ୍କୁ ବହୁତ ସହିଲେଣି। ନବୀନ ବାବୁ କିଛି କରୁନାହାନ୍ତି, ତାଙ୍କ ବାବୁମାନେ ଶାସନ କରୁଛନ୍ତି। ଓଡ଼ିଶାରେ କୌଣସି ତାମିଲ ଲୋକ ଶାସନ କରିପାରିବେନି। ଓଡ଼ିଶାର ଶାସନ ଓଡ଼ିଶାର ସନ୍ତାନ ହିଁ କରିବେ। ୨୫ ବର୍ଷ ପରେ ଓଡ଼ିଶାର ସଂସ୍କୃତି ଉପରେ ବିଜେପି ସରକାର ହେବ। ଓଡ଼ିଶାରେ ସବୁ ଅଛି, କେବଳ ଜଣେ ପରିଶ୍ରମ କରିପାରୁଥିବା ମୁଖ୍ୟମନ୍ତ୍ରୀ ନାହାନ୍ତି। ବିଜେପି ସରକାର କଲେ ପରିଶ୍ରମ କରିପାରୁଥିବା ଜଣେ ଯୁବକଙ୍କୁ ମୁଖ୍ୟମନ୍ତ୍ରୀ କରାଯିବ।ସେ ଆହୁରି କହିଛନ୍ତି, ଓଡ଼ିଶାରେ ବିଜେପି ସରକାର ହେଲେ ଓଡ଼ିଆ ଭାଷାରେ ମେଡିକାଲ୍ ଶିକ୍ଷା ଦିଆଯିବ। ମୋଦୀ ପ୍ରତି ବ୍ୟକ୍ତିଙ୍କୁ ୫ କିଲୋ ଚାଉଳ ଦେଉଛନ୍ତି। ମୋଦୀ ଚାଉଳ ଦେଉଛନ୍ତି, ନବୀନ ବାବୁ ଫଟୋ ଲଗା ଅଖା ଦେଉଛନ୍ତି। ନବୀନ ବାବୁ ମନେ ରଖିବା ଦରକାର, ଅଖାରେ ଗରିବର ପେଟ ପୁରେ ନାହିଁ। ସାରା ଦେଶରେ ଓଡ଼ିଶା ସମୃଦ୍ଧ, ଓଡ଼ିଶା ଲୋକ କିନ୍ତୁ ଗରିବ। ନବୀନ ବାବୁଙ୍କ ଲୋକ ଓଡ଼ିଶାର ଖଣିଜ ସଂପଦ ଲୁଟି ଚାଲିଛନ୍ତି। ମୁଁ କଥା ଦେଉଛି, ବିଜେପି ସରକାର ଆସିଲେ ଖଣିଜ ସଂପଦର ସୁବିନିଯୋଗ ହେବ। ଓଡ଼ିଶାର ୧୫ ଲକ୍ଷ ଗରିବଙ୍କୁ ଆମେ ଘର ଦେବୁ। ୧୮ ମାସରେ ଚିଟ୍ଫଣ୍ଡର ସବୁ ଦୋଷୀଙ୍କୁ ଜେଲ୍ରେ ପୂରାଇବୁ। ଚିଟ୍ଫଣ୍ଡ ଦୋଷୀଙ୍କୁ ଜେଲ୍ରେ ପୂରାଇ ଲୋକଙ୍କୁ ପଇସା ଫେରାଇବୁ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post