ଆପ ସାଂସଦ ସଞ୍ଜୟ ସିଂ କହିଛନ୍ତି, ‘ଆପ୍’ ବିରୋଧୀ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ସମର୍ଥନ କରିବ।ରାଷ୍ଟ୍ରପତି ନିର୍ବାଚନ ନେଇ ଏବେ ଦେଶର ରାଜନୈତିକ ମାହୋଲ ସରଗରମ ରହିଛି । ଏହି କ୍ରମରେ ଆଜି ଆମ୍ ଆଦମୀ ପାର୍ଟି ପକ୍ଷରୁ ଏକ ବଡ ଘୋଷଣା କରାଯାଇଛି । ଦଳ ପକ୍ଷରୁ କୁହାଯାଇଛି କି ରାଷ୍ଟ୍ରପତି ନିର୍ବାଚନରେ ଦଳ ବିରୋଧୀ ମେଣ୍ଟର ପ୍ରାର୍ଥୀ ୟଶୱନ୍ତ ସିହ୍ନାଙ୍କୁ ସମର୍ଥନ କରିବ । ଏନେଇ ଆପ୍ ର ରାଜ୍ୟସଭା ସାଂସଦ ସଂଜୟ ସିଂ ସୂଚନା ଦେଇଛନ୍ତି । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍ରିୱାଲଙ୍କ ଆବାସରେ ଆୟୋଜିତ ଏହି ବୈଠକରେ ଅରବିନ୍ଦ କେଜ୍ରିୱାଲ, ମନୀଷ ସିଶୋଦିଆ, ସଂଜୟ ସିଂ, ଗୋପାଳ ରାୟଳ ଅତିଶୀ ମାର୍ଲିନା, ରାଘବ ଚଡ୍ଡା, ଇମ୍ରାନ ହୋସେନ ଓ ରାକ୍ଷୀ ବିର୍ଲା ପ୍ରମୁଖ ଯୋଗ ଦେଇଥିଲେ ।
Trending
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
- ବିହାରର ପୂର୍ଣ୍ଣିଆରେ ୪୦,୦୦୦ କୋଟିର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ