ନୂଆଦିଲ୍ଲୀ: ଏମଏସପି ସମେତ ବିଭିନ୍ନ ଦାବିରେ ଅଟଳ ଚାଷୀ ଆଜି ସାରା ଦେଶରେ କରିବେ ଆନ୍ଦୋଳନ। ଗତକାଲି ୩ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲ, ନିତ୍ଯାନନ୍ଦ ରାୟ ଓ ଅର୍ଜୁନ ମୁଣ୍ଡାଙ୍କ ସହ ଚାଷୀ ନେତାଙ୍କ ଆଲୋଚନା ପରେ ସମାଧାନର ସୂତ୍ର ବାହାରି ପାରିନଥିଲା। ବିଭିନ୍ନ କୃଷିପ୍ରଧାନ ରାଜ୍ୟରେ ଆନ୍ଦୋଳନର ପ୍ରଭାବ ଜୋରଦାର ପଡିବା ଆଶଙ୍କା କରାଯାଉଛି। ଆନ୍ଦୋଳନରେ ୨୦୦ରୁ ଅଧିକ ସଂଗଠନ ସାମିଲ ଥିବାରୁ ଏହାର ସଫଳ ହେବା ଆଶା ରହିଛି। ଆନ୍ଦୋଳନକୁ ଦୃଷ୍ଟିରେ ରଖି ପଞ୍ଜାବ ଓ ହରିଆଣା ଶମ୍ଭୁ ସୀମାରେ କଡା ନିରାପତ୍ତା ବ୍ଯବସ୍ଥା କରାଯାଇଛି। ଦିଲ୍ଲୀ ବି ରହିଛି ଆଲର୍ଟରେ। ଉତ୍ପାଦିତ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ଲାଗି ଆଇନଗତ ଗ୍ଯାରେଣ୍ଟି, ସ୍ବାମୀନାଥନ କମିଶନ ସୁପାରିସ କାର୍ଯ୍ୟକାରୀ, ଚାଷୀ ଓ କୃଷି ଶ୍ରମିକଙ୍କୁ ପେନସନ, ଚାଷୀଙ୍କ ଉପରୁ ଋଣ ଛାଡ଼, ଲଖିମପୁର ଖେରି ହିଂସା ଘଟଣାରେ ପୀଡିତଙ୍କୁ ନ୍ୟାୟ ଆଦି ଦାବିରେ ଜାରି ରହିଛି ଆନ୍ଦୋଳନ।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା