ନୂଆଦିଲ୍ଲୀ: ଆରଜେଡି ଏବଂ କଂଗ୍ରେସ ସହ ମେଣ୍ଟକୁ ସମାପ୍ତ କରି ବିଜେପି ସହ ପୁଣି ମେଣ୍ଟ କରିବା ଲାଗି ନୀତୀଶ ସ୍ଥିର କରିଛନ୍ତି। ସେ ଇସ୍ତଫା ଦେଇ ସନ୍ଧ୍ୟା ସୁଦ୍ଧା ଏନ୍ଡିଏ ସରକାରର ନେତୃତ୍ବ ନେଇ ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଆସନ୍ତା ତିନି ମାସ ମଧ୍ୟରେ ହେବାକୁ ଥିବା ଲୋକସଭା ନିର୍ବାଚନ ପାଇଁ ଭାଜପା ଏବଂ ନୀତୀଶ କୁମାରଙ୍କ ଜନତା ଦଳ (ୟୁନାଇଟେଡ୍) ଭିତରେ ଆସନ ବୁଝାମଣା ମଧ୍ୟ ଶେଷ ହୋଇଛି। ଏଥିସହ ବିହାରର ସମସ୍ତ ଭାଜପା ବିଧାୟକ ନୀତୀଶ କୁମାରଙ୍କୁ ସମର୍ଥନ ପତ୍ର ପ୍ରଦାନ କରିଥିବା ଖବର ମିଳିଛି। ନୀତୀଶ କୁମାର ରାଜ୍ୟରେ ସରକାର ପରିବର୍ତ୍ତନ ନେଇ ସିଧାସଳଖ ଗୃହମନ୍ତ୍ରୀ ଅମିତ ଶାହା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ କଥାବାର୍ତ୍ତା କରୁଛନ୍ତି। ପୁଣିଥରେ ଭାଜପା ଶିବିରକୁ ଫେରିବା ପୂର୍ବରୁ ନୀତୀଶ କୁମାର ରବିବାର ଜେଡି(ୟୁ) ଏବଂ ଭାଜପା ବିଧାୟକଙ୍କ ପାଇଁ ଏକ ଲଞ୍ଚ (ମଧ୍ଯହ୍ନ ଭୋଜନ)ର ଆୟୋଜନ କରୁଛନ୍ତି। ଏହାପରେ ଉଭୟ ପାର୍ଟିର ବିଧାୟକ ରାଜ୍ୟପାଳଙ୍କ ନିକଟକୁ ଯାଇ ସେମାନଙ୍କର ସମର୍ଥନ ପତ୍ର ପ୍ରଦାନ କରିବେ।ସୂତ୍ରରୁ ପ୍ରକାଶ ଯେ ନୀତୀଶ କୁମାର ଆରଜେଡିରୁ ବରଖାସ୍ତ ହୋଇଥିବା ମନ୍ତ୍ରୀଙ୍କୁ ଭାଜପା ନେତାଙ୍କ ଦ୍ୱାରା ବଦଳାଇବାର ସମ୍ଭାବନା ରହିଛି।
Trending
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା