ବିଜୁ ଜନତା ଦଳ ଗରିବ, ମହିଳା, ଯୁବ, ଏସସି ଓ ଏସଟିଙ୍କ ପାଇଁ କାମ କରୁଛି। ମହିଳା ସଶକ୍ତିକରଣ ଦିଗରେ କାମ କରୁଛୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଗାନ୍ଧୀ ଜୟନ୍ତୀ ଅବସରରେ ଆଜିଠାରୁ ବିଜେଡିର ଜନସଂପର୍କ ଯାତ୍ରା ଆରମ୍ଭ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ଏପରି କହିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାପୁଜୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଗାନ୍ଧିଜୀ ଆମକୁ ସବୁବେଳେ ପ୍ରେରଣା ଦେଇ ଆସିଛନ୍ତି। ମହିଳା ଆଇନ ଆମ ବହୁଦିନର ଉଦ୍ୟମ ଥିଲା, ତାହା ସଫଳ ହୋଇଛି। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ୱାସ୍ଥ୍ୟ କ୍ଷେତ୍ରରେ ଗେମ ଚେଞ୍ଜର ହୋଇଛି। ସ୍କୁଲ ରୁପାନ୍ତରଣ, ଖାଦ୍ୟ ସୁରକ୍ଷା, କ୍ରୀଡ଼ାର ବିକାଶ କ୍ଷେତ୍ରରେ ଓଡ଼ିଶା ଉଦାହରଣ ସାଜିଛି। ଓଡ଼ିଶାର ବିକାଶରେ ବିରୋଧୀ ଦଳ ବାଧକ ସାଜିଛନ୍ତି। ସେମାନେ ଖୁସି ନାହାନ୍ତି। ଲୋକଙ୍କୁ ଭୁଲ ଖବର ଦେଇ ଭ୍ରମିତ କରିବା ଏବେ ସେମାନଙ୍କ କାମ ହୋଇଛି। ନିର୍ବାଚନ ଆସିଲେ ସେମାନେ ଏମିତି କରନ୍ତି। ସେଥିପାଇଁ ସେମାନଙ୍କୁ ଜନତା ସବୁବେଳେ ରିଜେକ୍ଟ କରି ଆସିଛନ୍ତି। ବିରୋଧୀ ହେଉଛନ୍ତି ବିକାଶ ବିରୋଧୀ ଓ ଜନ ବିରୋଧୀ । ସେପଟେ ବିଜେଡିର ଜନ ସମ୍ପର୍କ ଅଭିଯାନକୁ ନେଇ ବିଜେପି ପକ୍ଷରୁ ପ୍ରତିକ୍ରିୟା ପ୍ରକାଶ ପାଇଛି। ରାଜ୍ୟ ବିଜେପି ମୁଖପାତ୍ର ଅନୀଲ ବିଶ୍ୱାଳ କହିଛନ୍ତି, ବିଜେଡିର ଜନ ସମ୍ପର୍କ ଅଭିଯାନ ନୁହେଁ, ଏହା ଜନ ପ୍ରତାରଣା ଅଭିଯାନ।
Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Prev Post
Next Post