ଆମରଣ ଅନଶନ ବେଳେ ଅସୁସ୍ଥ ହେଲେ ଚାମେଲି ଓଝା,କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହେଲେ ଚାମେଲି

ଆମରଣ ଅନଶନ ବେଳେ ଅସୁସ୍ଥ ହେଲେ ଚାମେଲି ଓଝା ।  କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହେଲେ ଚାମେଲି। ଆମରଣ ଅନଶନରେ ବସିଥିବା ସମୟରେ ହଠାତ୍ ଅସୁସ୍ଥ ହୋଇପଡ଼ିଛନ୍ତି ।ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଦୁଇ ଦଫା ଦାବି ନେଇ ଭୁବନେଶ୍ୱର ଲୋୟର ପିଏମଜିରେ ଆମରଣ ଅନଶନ ଚଳାଇଛନ୍ତି କେନ୍ଦ୍ରାପଡ଼ା ଜିଲ୍ଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝା। ତାଙ୍କ ପ୍ରତି ହୋଇଥିବା ଅନ୍ୟାୟ ଓ ଅତ୍ୟାଚାରର ବିଚାର ଦାବି କରିଛନ୍ତି ଚାମେଲି। ଚାମେଲିଙ୍କ ଦୁଇଟି ପ୍ରମୁଖ ଦାବି ମଧ୍ୟରେ ରହିଛି ମହାକାଳପଡ଼ା ବିଡିଓ ରବି ନାରାୟଣ ଆଚାର୍ଯ୍ୟଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଏବଂ ମହାକାଳପଡ଼ା ଆଇଆଇସି ମାନସ ମଲ୍ଲିକଙ୍କ ବିରୋଧରେ କଠୋର ପଦକ୍ଷେପ ଗ୍ରହଣ ।  ଦାବି ପୂରଣ ନହେବା ପର୍ଯ୍ୟନ୍ତ ଆମରଣ ଅନଶନ ଜାରି ରହିବ ବୋଲି କହିଛନ୍ତି ଚାମେଲି।

Leave a comment