ଆଜି ଓଡ଼ିଶାରେ ପହଞ୍ଚିବେ ରାହୁଲ ଗାନ୍ଧୀ । ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ସୁନ୍ଦରଗଡ଼, ରାଉରକେଲା ଓ ଝାରସୁଗୁଡ଼ା ଦେଇ ଏହା ଆଗକୁ ବଢ଼ିବ। ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼୍ଗେଙ୍କ ପରେ ରାହୁଲ ଗାନ୍ଧୀଙ୍କ ଓଡ଼ିଆ ଆଗମନକୁ ନେଇ ରାଜ୍ୟ କଂଗ୍ରେସ ଶିବିର ବେଶ୍ ଉତ୍ସାହିତ। ରାହୁଲଙ୍କ ଗସ୍ତ ପାଇଁ କଂଗ୍ରେସ ଟିମ୍ ରାଉରକେଲାରେ ପହଞ୍ଚି ସାରିଛନ୍ତି। ଉପକୂଳ ଓଡ଼ିଶାରେ ଶ୍ରୀ ଖଡ଼୍ଗେ ନିର୍ବାଚନ ବିଗୁଲ ବଜାଇ ସାରିଥିବା ବେଳେ ପଶ୍ଚିମରେ ନିର୍ବାଚନ ବିଗୁଲ ବଜାଇବେ ରାହୁଲ। ଆସନ୍ତାକାଲି ଦିନ ସାଢ଼େ ୨ଟାରେ ରାହୁଲଙ୍କ ଯାତ୍ରା ଝାଡ଼ଖଣ୍ଡ-ଓଡ଼ିଶା ସୀମାରେ ପହଞ୍ଚିବ। ବାସଜୋଲଠାରୁ ୪୨ କି.ମି ଦୂର ଅତିକ୍ରମ କରି ଓଡ଼ିଶାର ବୀରମିତ୍ରପୁରଠାରେ ପହଞ୍ଚିବ। ସେଠାରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଓ ଜିଲ୍ଲା କଂଗ୍ରେସ କମିଟି କର୍ମକର୍ତ୍ତା ତାଙ୍କୁ ସ୍ବାଗତ କରିବେ। ପରେ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ପତାକା ରାଜ୍ୟ କଂଗ୍ରେସକୁ ହସ୍ତାନ୍ତର କରାଯିବ। ରାଜ୍ୟ କଂଗ୍ରେସ ପକ୍ଷରୁ କୁହାଯାଇଛି ଯେ ରାହୁଲଙ୍କ ଏହି ଗସ୍ତ ନେଇ ଦଳୀୟ କର୍ମକର୍ତ୍ତାଙ୍କଠାରୁ ଆରମ୍ଭ କରି ଜନସାଧାରଣ ବେଶ୍ ଉତ୍ସାହିତ।
Trending
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା