ଭୁବନେଶ୍ବର: ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟ କ୍ୟାମ୍ପସରେ ଚଳିତବର୍ଷ ନିର୍ବାଚନ ନ କରିବାକୁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ପରେ ଛାତ୍ର ସଙ୍ଗଠନ ପ୍ରତିବାଦ ଆରମ୍ଭ କରିଛନ୍ତି। ଛାତ୍ର କଂଗ୍ରେସ ପରେ ଆଜି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି) ନିର୍ବାଚନ ଦାବିରେ ଉତ୍କଳ ବିଶ୍ୱବିଦ୍ୟାଳୟ ଓ କମଳା ନେହେରୁ ମହିଳା ମହାବିଦ୍ୟାଳୟରୁ ଦସ୍ତଖତ ଅଭିଯାନ ହୋଇଛି। ଶୁକ୍ରବାର ସଂଗଠନ ରାଜ୍ୟର ଅନ୍ୟାନ୍ୟ କ୍ୟାମ୍ପସରେ ଅନୁରୂପ ପଦକ୍ଷେପ ନେବ। ସଙ୍ଗଠନ ପକ୍ଷରୁ କୁହାଯାଇଛି ଯେ ନେତୃତ୍ବ ବିକାଶର ଏନ୍ତୁଡିଶାଳ ପାଲଟିଥିବା ଉଚ୍ଚ ଶିକ୍ଷାନୁଷ୍ଠାନରେ ଛାତ୍ର ସଂସଦ ନିର୍ବାଚନର ଆବଶ୍ୟକତା ରହିଛି। ଏହା ଦ୍ବାରା କଲେଜର ସାଧାରଣ ସମସ୍ୟା ସାମ୍ନାକୁ ଆସେ। ତାହାର ସମାଧାନ ମଧ୍ୟ ହୁଏ। ଛାତ୍ରଛାତ୍ରୀ ସେମାନଙ୍କ ଅଧିକାର ସାବ୍ୟସ୍ତ କରିବାକୁ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ରାଜ୍ୟ ସରକାର ଏଦିଗରେ ତୁରନ୍ତ ପଦକ୍ଷେପ ଗ୍ରହଣ କରନ୍ତୁ।ପୂର୍ବ ସରକାର ସମୟରେ ଛାତ୍ର ସଂସଦ ନିର୍ବାଚନ କରିବା ଦାବିରେ ସେମାନେ ଆନ୍ଦୋଳନ କରୁଥିଲା। ଏବେ ରାଜ୍ୟରେ ବିଜେପି ସରକାର। ହେଲେ ସେମାନଙ୍କ ଦାବି ପ୍ରେସ ବିଜ୍ଞପ୍ତିରେ ସୀମିତ ରହିଛି। ନିର୍ବାଚନ କରିବାକୁ ରାଜ୍ୟ ସରକାରଙ୍କ ପାଖରେ ଯଥେଷ୍ଟ ସମୟ ରହିଛି। ଉଚ୍ଚଶିକ୍ଷା ମନ୍ତ୍ରୀ ଏସମ୍ପର୍କରେ ସ୍ପଷ୍ଟୀକରଣ ଦେବା ଆବଶ୍ୟକ। ନଚେତ୍ ବିଜୁ ଛାତ୍ର ଜନତା ଦଳ ସରକାର ଓ ବିଭାଗୀୟ ମନ୍ତ୍ରୀଙ୍କ ବିରୋଧରେ ଦୃଢ ପଦକ୍ଷେପ ଗ୍ରହଣ କରିବ। ତୁରନ୍ତ ପ୍ରତ୍ୟକ୍ଷ ଛାତ୍ର ସଂସଦ ନିର୍ବାଚନ ଘୋଷଣା କରିବାକୁ ଅଲ୍ ଇଣ୍ଡିଆ ଡେମୋକ୍ରେଟିକ୍ ଷ୍ଟୁଡେଣ୍ଟସ୍ ଅର୍ଗାନାଇଜେସନ(ଏଆଇଡିଏସ୍ଓ) ଦାବି କରିଛି। ସଙ୍ଗଠନର ରାଜ୍ୟ ସଭାପତି ସୋମନାଥ ବେହେରା ଓ ସମ୍ପାଦକ ସିଦ୍ଧାର୍ଥ ରଥ କହିଛନ୍ତି, ନିର୍ବାଚନ ନେଇ ରାଜ୍ୟ ସରକାର ସ୍ପଷ୍ଟ ମତ ରଖୁନାହାନ୍ତି।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା