ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକାଙ୍କ ଦେହାନ୍ତ
ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଡମ୍ବରୁଧର ଉଲାକାଙ୍କ ପରଲୋକ ହୋଇଥିବାର ଖବର ମିଳିଛି। ମୃତ୍ୟୁ ମେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି। ସେ କଂଗ୍ରେସ ଟିକେଟରେ ରାୟଗଡ଼ା ଜିଲ୍ଲା ବିଷମକଟକରୁ ୫ ଥର ବିଧାୟକ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଡମ୍ବରୁଧର ଉଲାକାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି।
ଶ୍ରୀ ଉଲାକା ୧୯୭୪ ମସିହାରେ ପ୍ରଥମ ଥର କଂଗ୍ରେସ ଟିକେଟରେ ରାୟଗଡ଼ା ଜିଲ୍ଲା ବିଷମକଟକରୁ ବିଧାୟକ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏହାପରେ ସେ ୧୯୭୭, ୧୯୮୦, ୧୯୮୫ ଓ ୧୯୯୫ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।